ଭୁବନେଶ୍ୱର,୩।୧୨: ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ରହିଛି। ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି। ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ। ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି। ସବ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ରଖାଯାଇଛି। ୨୫୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି।


