Posted inଜାତୀୟ

୨୦୨୫ରେ ମୋଦିଙ୍କ ବିଦେଶ ଗସ୍ତରେ କେତେ କୋଟି ଟଙ୍କା ଖର୍ଚ୍ଚ ହୋଇଛି? ସଂସଦରେ ଜବାବ ଦେଲେ ସରକାର

୦୨୫ରେ ମୋଦିଙ୍କ ବିଦେଶ ଗସ୍ତରେ କେତେ କୋଟି ଟଙ୍କା ଖର୍ଚ୍ଚ ହୋଇଛି? ସଂସଦରେ ଜବାବ ଦେଲେ ସରକାର
ନୂଆଦିଲ୍ଲୀ,୨୫।୭: ଗୁରୁବାର (୨୫ ଜୁଲାଇ, ୨୦୨୫) କେନ୍ଦ୍ର ସରକାର ସଂସଦକୁ ସୂଚନା ଦେଇଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୫ ମସିହାରେ ଆମେରିକା ଏବଂ ଫ୍ରାନ୍ସ ସମେତ ପାଞ୍ଚଟି ଦେଶ ଗସ୍ତରେ ୬୭ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହୋଇଥିଲା। ବୈଦେଶିକ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂହ ତୃଣମୂଳ କଂଗ୍ରେସ (ଟିଏମସି) ସଦସ୍ୟ ଡେରେକ ଓ’ବ୍ରାଏନଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି।
ସିଂହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚଳିତ ବର୍ଷ ମରିସସ, ସାଇପ୍ରସ, କାନାଡା ଏବଂ କ୍ରୋଏସିଆ, ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିଆ ଗସ୍ତର ତଥ୍ୟ ଉପଲବ୍ଧ ନାହିଁ। ସିଂହଙ୍କ ଦ୍ୱାରା ଉପସ୍ଥାପିତ ତଥ୍ୟ ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ଗସ୍ତ ମଧ୍ୟରୁ ସବୁଠାରୁ ମହଙ୍ଗା ଥିଲା ଫ୍ରାନ୍ସ ଗସ୍ତ, ଯେଉଁଥିରେ ୨୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହୋଇଥିଲା। ସେହି ସମୟରେ, ୨୦୨୩ ଜୁନ ମାସରେ ତାଙ୍କ ଆମେରିକା ଗସ୍ତରେ ୨୨ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହୋଇଥିଲା।
ପ୍ରଧାନମନ୍ତ୍ରୀ ମୋଦି ଚଳିତ ବର୍ଷ ଫେବୃଆରୀ ୧୦-୧୩ ମଧ୍ୟରେ ଫ୍ରାନ୍ସ ଏବଂ ଆମେରିକା ଗସ୍ତ କରିଥିଲେ। ପ୍ୟାରିସରେ ସେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ଏବଂ ଏକ ‘AI’ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ଆମେରିକାରେ, ଅନ୍ୟାନ୍ୟ କାର୍ଯ୍ୟକ୍ରମ ବ୍ୟତୀତ, ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ।
ତଥ୍ୟ ଅନୁଯାୟୀ, ଚଳିତ ବର୍ଷ ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଗସ୍ତରେ ୨୫,୫୯,୮୨,୯୦୨ ଟଙ୍କା ଖର୍ଚ୍ଚ ହୋଇଥିଲା, ଯେତେବେଳେ ଆମେରିକା ଗସ୍ତରେ ୧୬,୫୪,୮୪,୩୦୨ ଟଙ୍କା, ଥାଇଲ୍ୟାଣ୍ଡ ଗସ୍ତରେ ୪,୯୨,୮୧,୨୦୮ଟଙ୍କା, ଶ୍ରୀଲଙ୍କା ଗସ୍ତରେ ୪,୪୬,୨୧,୬୯୦ ଟଙ୍କା ଏବଂ ସାଉଦି ଆରବ ଗସ୍ତରେ ୧୫,୫୪,୦୩,୭୯୨ ଟଙ୍କା ଖର୍ଚ୍ଚ ହୋଇଥିଲା। ତଥ୍ୟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦିଙ୍କ ୨୦୨୩ ଇଜିପ୍ଟ ଗସ୍ତ ପାଇଁ ବିଜ୍ଞାପନ ଏବଂ ପ୍ରସାରଣ ପାଇଁ ୧୧.୯୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା।

ପ୍ରଧାନମନ୍ତ୍ରୀ ମୋଦି ୨୩ରୁ ୨୬ ଜୁଲାଇ ମଧ୍ୟରେ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଅଛନ୍ତି। ବ୍ରିଟେନରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସ୍ବାକ୍ଷର କରିବା ପରେ, ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦି ମାଳଦ୍ୱୀପ ଗସ୍ତରେ ଯାଇଛନ୍ତି। ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦି ଏଠାକୁ ଆସିଛନ୍ତି। ମାଳଦ୍ୱୀପର ରାଷ୍ଟ୍ରପତି ନିଜେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri