କେତେ ଦିନ ବଲିଉଡ୍‌ର ନକଲ କରିବ, ପାକିସ୍ତାନ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଇମ୍ରାନଙ୍କ ପ୍ରଶ୍ନ..

ଲାହୋର,୨୭।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଦେଶର ଫିଲ୍ମ ଇଣ୍ଡଷ୍ଟ୍ରିକୁ ପ୍ରଶ୍ନ କରି କହିଛନ୍ତି ଯେ, ଆଉ କେତେ ଦିନ ବଊିଉଡ୍‌କୁ ନକଲ କରିବ, ଏବେ ନିଜର ପ୍ରକୃତ ପ୍ରତିଭାର ପରିଚୟ ଦିଅ। ସବୁବେଳେ ଓରିଜିନାଲିଟିକୁ ହିଁ ପ୍ରାଧାନ୍ୟ ମିଳିଥାଏ। ମାତ୍ର କପି ବା ନକଲ କରି କରାଯାଇଥିବା କାର୍ଯ୍ୟ ନିଜର ଗୁରୁତ୍ୱ ହରାଇ ଥାଏ ବୋଲି ଡନ୍‌ ଖବର କାଗଜରେ ଇମ୍ରାନ୍‌ ଏଭଳି ମନ୍ତବ୍ୟର ରିପୋର୍ଟ ପ୍ରକାଶ ପାଇଛି। ପୂର୍ବରୁ ବଲିଉଡ୍‌ ସହିତ ପାକିସ୍ତାନ ଫିଲ୍ମ ଇଣ୍ଡଷ୍ଟ୍ରି ଜଡ଼ିତ ଥିଲା। ତେଣୁ ଏହାର ପରିଣାମ ସ୍ବରୂପ ଏକ ପ୍ରକାର ସଂସ୍କୃତିକୁ ନକଲ କରିବା ସହିତ ଏହାକୁ ଆପଣେଇ ନିଆଯାଇଥିଲା। ମାତ୍ର ଏବେ ପାରମ୍ପରିକ ଧାରାଠାରୁ ହଟି ନିଜର ପ୍ରତିଭାର ପରିଚୟ ଦେବାର ସମୟ ଆସିଛି ବୋଲି ଇମ୍ରାନ୍‌ ପାକିସ୍ତାନ ଫିଲ୍ମ ଇଣ୍ଡଷ୍ଟ୍ରିକୁ ପରାମର୍ଶ ଦେଇଛନ୍ତି। ଫିଲ୍ମ ନିର୍ମାତାମାନେ ବାସ୍ତବଧର୍ମୀ କାହାଣୀ ଉପରେ ଧ୍ୟାନ କେନ୍ଦ୍ରୀତ କରିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri