ଭୁବନେଶ୍ବର, ୧୯ା୭(ସୁନିତ୍ ମିଶ୍ର): ଓଡ଼ିଶା ଗତ ୧୩ ବର୍ଷରେ ୮ ଥର ମରୁଡ଼ି ପରିସ୍ଥିତିର ସମ୍ମୁଖୀନ ହୋଇଛି। ପ୍ରତିଥର ମରୁଡ଼ି ଆସିଲେ ଗତାନୁଗତିକ ଭାବେ ସରକାରଙ୍କ ଆପଦକାଳୀନ ବୈଠକ ବସିଥାଏ। କୃଷି ବିଭାଗ ଅଧିକାରୀମାନେ ମରୁଡ଼ି ସହ୍ୟ କରିପାରୁଥିବା କୃଷି ସାରଣୀକୁ ଆପଣାଇବାକୁ ପରାମର୍ଶ ଦିଅନ୍ତି। ଉଠା ଜଳସେଚନ ପଏଣ୍ଟଗୁଡ଼ିକୁ ସଜାଇବାକୁ ତାଗିଦ୍ କରନ୍ତି। ଏହାପରେ ସରକାର କିଛି ସବସିଡି ଘୋଷଣା କରି ହାତଝାଡ଼ି ବସନ୍ତି। ତେବେ ରାଜ୍ୟ ସରକାର ତାଙ୍କ ୨୪ ବର୍ଷ ଶାସନରେ ଏଥିପାଇଁ ବିଭାଗ ପକ୍ଷରୁ ମୋଟ କେତେ ଟଙ୍କା ଓ କେତେ ପରିମାଣର ଜମିକୁ କେଉଁ ଜଳଉତ୍ସ ଦ୍ୱାରା ଜଳସେଚନର ସୁଯୋଗ ସୃଷ୍ଟି କରିଛନ୍ତି, ତା’ର ତଥ୍ୟ ପ୍ରଦାନ କରନ୍ତୁ। ଏହାସହ ଏହାର ସତ୍ୟ ଉପରେ ଆଧାରିତ ସବିଶେଷ ଏକ ବିବରଣୀର ସାର୍ବଜନୀନ କରିବା ସହିତ ଏହାର ଏକ ତୁରନ୍ତ ଶ୍ୱେତପତ୍ର ପ୍ରକାଶ କରିବାକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କିଷାନ ସେଲ୍ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ କହିଛନ୍ତି। ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଅମୀୟ କହିଛନ୍ତି ଯେ, ଚାଷ ପାଇଁ ପ୍ରମୁଖ ବ୍ୟବସ୍ଥା ହେଲା ଜଳସେଚନ। କିନ୍ତୁ ଜଳସେଚନ ପାଇଁ ରାଜକୋଷରୁ ହଜାର ହଜାର କୋଟି ଟଙ୍କା ବ୍ୟୟ କରାଯାଉଥିବା ବେଳେ ଏବେ ମଧ୍ୟ ଫଳ ଶୂନ। ବର୍ତ୍ତମାନର ସରକାର ତାଙ୍କର ପାଖାପାଖି ଦୀର୍ଘ ଅଢ଼େଇ ଦଶନ୍ଧି ଶାସନ ସମୟରେ ଯେତେଗୁଡ଼ିଏ ଜଳଉତ୍ସ ସୃଷ୍ଟି କରିଛନ୍ତି ସେଥିରେ ଚାଷୀ ଲାଭବାନ ହେବା ପରିବର୍ତ୍ତେ ସରକାର, ମନ୍ତ୍ରୀ, ଯନ୍ତ୍ରୀ ଓ କଣ୍ଟ୍ରାକ୍ଟର ଏଥିରେ ସବୁଠାରୁ ଅଧିକ ଫାଇଦା ଉଠାଇଛନ୍ତି ବୋଲି ଅମୀୟ କହିଛନ୍ତି।
ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…
ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…
ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…
ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ
କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…
ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍ପିଙ୍କ ବଦଳି ଦାବିରେ…
ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍ପାଟ୍ ହେଉଛି। ବିଚ୍ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…
ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…
Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…
ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…
୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ
ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍ର ଟାର୍ଗେଟ୍କୁ ଟିମ୍ ସିଫର୍ଟ…
Archives

