କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….

ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ୨୦୨୪ ନିର୍ବାଚନରେ ପାଟଣାଗଡ଼ ଆସନରୁ ଷଷ୍ଠ ଥର ପାଇଁ ଭାଜପା ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।
କନକ ବର୍ଦ୍ଧନ ୧୯୯୦ରେ ରାଜନୀତିକୁ ପ୍ରବେଶ କରିଥିଲେ। ପ୍ରଥମ ଥର ପାଇଁ ସେ ପାଟଣାଗଡ଼ ଆସନରୁ ଭାଜପା ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ତତ୍କାଳୀନ ଜନତା ଦଳ ପ୍ରାର୍ଥୀ ବିବେକାନନ୍ଦ ମେହେରଙ୍କଠାରୁ ୧୯୨୫ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ ହୋଇଥିଲେ। ଏହାପରେ ୧୯୯୫ ମସିହା ନିର୍ବାଚନରେ ସେ ଦ୍ୱିତୀୟ ଥର ପାଟଣାଗଡରୁ ଭାଜପା ବିଧାୟକ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ରେକର୍ଡ ୪୩,୯୨୬ ଖଣ୍ଡ ଭୋଟ ବ୍ୟବଧାନରେ ଜନତା ଦଳ ପ୍ରାର୍ଥୀ ବିବେକାନନ୍ଦ ମେହେରଙ୍କୁ ପରାସ୍ତ କରି ପ୍ରଥମ ଥର ବିଧାୟକ ହୋଇଥିଲେ। ଏହାପରେ ସେ ୨୦୦୦, ୨୦୦୯, ୨୦୧୪ରେ କ୍ରମାଗତ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନରେ ସେ ବିଜେଡି ପ୍ରାର୍ଥୀ ସରୋଜ ମେହେରଙ୍କଠାରୁ ପରାଜିତ ହୋଇଥିଲେ। ୨୦୨୪ରେ ସେ ଷଷ୍ଠ ଥର ଭାଜପା ବିଧାୟକ ଭାବେ ପାଟଣାଗଡ଼ରୁ ନିର୍ବାଚିତ ହୋଇ ବୁଧବାର ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାପୂର୍ବରୁ ୨୦୦୦ରୁ ୨୦୦୪ ମସିହାରେ ସେ ବିଜେଡି-ଭାଜପା ମେଣ୍ଟ ସରକାର ସମୟରେ ଶିଳ୍ପମନ୍ତ୍ରୀ ଓ ୨୦୦୪ରୁ ୨୦୦୯ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୧୩ରୁ ୨୦୧୬ ଯାଏ ସେ ଭାଜପା ରାଜ୍ୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରି ଦଳୀୟ ସଙ୍ଗଠନକୁ ସଶକ୍ତ କରିଥିଲେ।
କନକ ବର୍ଦ୍ଧନଙ୍କ ସ୍କୁଲ ଓ କଲେଜ ଶିକ୍ଷା ନୂଆଦିଲ୍ଲୀରେ ସମ୍ପନ୍ନ ହୋଇଛି। ସେ ୧୯୭୫ ମସିହାରେ ନୂଆଦିଲ୍ଲୀ ଏୟାରଫୋର୍ସ ସେଣ୍ଟ୍ରାଲ ସ୍କୁଲରୁ ମାଟ୍ରିକ୍‌ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ (ବିଏ ପାର୍ଟ-୧) ପାଠ ପଢ଼ିଛନ୍ତି। ତାଙ୍କ ସ୍ତ୍ରୀ ତଥା ବଲାଙ୍ଗୀର ଲୋକ ସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ଚଳିତ ନିର୍ବାଚନକୁ ମିଶି ୫ ଥର ବଲାଙ୍ଗୀର ଲୋକ ସଭା ଆସନରୁ ଏମ୍‌ପି ନିର୍ବାଚିତ ହୋଇଛନ୍ତି। କନକ ବର୍ଦ୍ଧନ ସିଂଦେଓଙ୍କ ଏକମାତ୍ର ଝିଅ ନିଭ୍ରିତି କୁମାରୀ ସିଂଦେଓ ଅଛନ୍ତି। ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ବୁଧବାର ଶପଥ ପାଠ କରିବେ ବୋଲି ଜଣାପଡିବା ପରେ ବଲାଙ୍ଗୀରର ବିଭିନ୍ନ ମହଲରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ା

 


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?