Posted inଖେଳ

ବ୍ରାଭୋ କେତୋଟି ମ୍ୟାଚ୍‌ ଖେଳିବେନି

ଆବୁଧାବି,୨୧।୯(ପି.ଟି.): ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଆଗାମୀ କେତୋଟି ମ୍ୟାଚ୍‌ ଖେଳିବେ ନାହିଁ ବୋଲି ଚେନ୍ନାଇ ସୁପର କିଙ୍ଗ୍ସ ହେଡ୍‌ କୋଚ୍‌ ଷ୍ଟିଫାନ ଫ୍ଲେମିଂ କହିଛନ୍ତି। ବ୍ରାଭୋଙ୍କ ଅନୁପସ୍ଥିତି ସତ୍ତ୍ୱେ ଚେନ୍ନାଇ ତା’ର ପ୍ରଥମ ମ୍ୟାଚ୍‌ରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରି ବିଜୟ ଅଭିଯାନ ଆରମ୍ଭ କରିଛି। ବ୍ରାଭୋ ଆଘାତ ସମସ୍ୟା ଦେଇ ଗତି କରୁଛନ୍ତି। କ୍ୟାରିବିୟାନ ପ୍ରିମିୟର ଲିଗ୍‌ ଅବସରରେ ସେ ଆହତ ହୋଇଥିଲେ ଓ ଫାଇନାଲ ମ୍ୟାଚ୍‌ରେ ଆଣ୍ଠୁ ଆଘାତ ସମସ୍ୟା ଯୋଗୁ ବୋଲିଂ କରି ନ ଥିଲେ। ବ୍ରାଭୋଙ୍କ ସ୍ଥାନରେ ଇଂଲଣ୍ଡ ଅଲରାଉଣ୍ଡର ସାମ କୁରାନ ଖେଳିଥିଲେ ଓ ୬ ବଲରୁ ୧୮ ରନ ସଂଗ୍ରହ କରି ଦଳକୁ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେହିପରି ବୋଲିଂ କରି ସେ ୨୮ ରନ ବ୍ୟୟ କରି ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ସେ ବିପଜ୍ଜନକ କ୍ୱିଣ୍ଟନ ଡିକକ୍‌ଙ୍କୁ ଆଉଟ କରିଥିଲେ। କୁରାନ ଦମ୍‌ଦାର ପ୍ରଦର୍ଶନ କରିଥିଲେ ବୋଲି ଫ୍ଲେମିଂ କହିଛନ୍ତି। ୨୨ ତାରିଖରେ ଚେନ୍ନାଇ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?