ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି।
ଜିଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କଡ଼ା ବାର୍ତ୍ତାରେ ସମ୍ବୋଧନ କରି ନିଜ କଥା କହି ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତିଦିନ ରାତି ୨/୩ଟା ବେଳେ ଶୋଉଛି । ଲୋକସେବା ଭବନରେ ରାତି ୧୨ଟା ଯାଏଁ ରହୁଛି । ଆମେ ୮ ଘଣ୍ଟାର ଡ୍ୟୁଟିରେ ସୀମିତ ନୁହେଁ । ଏମିତି କହି ମୁଖ୍ୟମନ୍ତ୍ରୀ ଜିଲାପାଳ ଓ ଏସ୍‌ପିଙ୍କୁ ତାଗିଦ୍ କରିଛନ୍ତି  ।
ଅପରାଧୀଙ୍କ ପାଇଁ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିବା ସହ  ମହିଳା ବିରୋଧୀ ଅପରାଧରେ ତୁରନ୍ତ ନ୍ୟାୟ ପାଇଁ କହିଛନ୍ତି । ମହିଳା ବିରୋଧୀ ଅପରାଧ ନେଇ ଜିଲାୱାରୀ ତଥ୍ୟ ମଧ୍ୟ ମାଗିଲେ । ସପ୍ତାହକ ମଧ୍ୟରେ ତଦନ୍ତ ଓ ଦଣ୍ଡବିଧାନ ତଥ୍ୟ ମାଗିଛନ୍ତି।
ଏହା ସହ କହିଛନ୍ତି  ଚୋର ଡାଳେ ଡାଳେ ଗଲେ ପୋଲିସ ପତ୍ରେ ପତ୍ରେ ଯାଉ । ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ । ଏହା ସହ ମହିଳା ବିରୋଧୀ ହିଂସାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅପରାଧ ଓ ଦଣ୍ଡ ସଂପର୍କିତ ତଥ୍ୟ ସପ୍ତାହକରେ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ  ଦେଇଛନ୍ତି।
ସେପଟେ ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାତି ୨ଟାରେ ଆସିଲେ ବି ଶୁଣିବାକୁ ପଡ଼ିବ ବୋଲି କହିଛନ୍ତି ସିଏମ । ନିଜ ସହ ଥାନାରେ ଘଟିଥିବା ଘଟଣାକୁ ଦୋହରାଇବା ସହ କହିଲେ ତ୍ରୁଟି ଥିଲେ ସୁଧାର । ଏହା ସହ ୨୪ ଘଣ୍ଟା ପ୍ରସ୍ତୁତ ରହିବାକୁ ମଧ୍ୟ ଦେଲେ ଆହ୍ୱାନ ।
ଏହା ସହ ଭରତପୁର ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଥାନାରେ ମହିଳାଙ୍କ ପ୍ରତି ଉଚିତ୍ ବ୍ୟବହାର କର । ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା ପରେ ମାମଲା ଦାଏର କରିବାକୁ କହିଛନ୍ତି । ଦିନ ହେଉ କି ରାତି ମାମଲା ତୁରନ୍ତ ଶୁଣିବାକୁ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ । ରାତି ସମୟରେ ଗଲେ ଅଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ।

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri