ଭୁବନେଶ୍ୱର, ୧୦।୧(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନକୁ ଆସିବା ପରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା କରିବା ସହ ଲୋକଙ୍କ ବିକାଶ ପାଇଁ କାର୍ଯ୍ୟ କରିଛନ୍ତି। କିନ୍ତୁ ବିଜେଡି ତାହା ଓଡ଼ିଶାରେ ସଫଳ କରିବାରେ ବାଧା ସୃଷ୍ଟି କରୁଛି। କେନ୍ଦ୍ର ଯୋଜନାକୁ ହଡ଼ପକରି ନିଜ ନାଁରେ ପୋଷ୍ଟର ଲଗାଇ ଲୋକଙ୍କୁ ଭ୍ରମିତ କରିବାକୁ ଚେଷ୍ଟା କରୁଛି। ମୋଦି ସରକାର ୩ କୋଟି ୨୬ ଲକ୍ଷ ଲୋକଙ୍କୁ ଚାଉଳ ଦେଉଥିବା ବେଳେ ରାଜ୍ୟ ସରକାର କେତେ ଲୋକଙ୍କୁ ଦେଉଛନ୍ତି ତାହାର ଉତ୍ତର ଦିଅନ୍ତୁ। ମୋଦି ସରକାର ଲୋକଙ୍କୁ ଚାଉଳ ଦେଲା ପରେ ବି ପୋଷ୍ଟର ମାରିବା କଥା ଚିନ୍ତା କରିନାହାନ୍ତି। ହେଲେ ଓଡ଼ିଶା ସରକାର ୨୪ ବର୍ଷ ଶାସନ କଲା ପରେ ୫ ଲକ୍ଷ ଲୋକଙ୍କୁ ଗରିବ କରିଦେଇଛନ୍ତି। ଅର୍ଥାତ୍ ବିଜେଡି ସରକାରରେ ଓଡ଼ିଶାରେ ଗରିବି ବଢ଼ିଛି ବୋଲି ଭାଜପା ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଗୋଲକ କହିଛନ୍ତି , ଏବେ ସେହି ଗରିବ ୫ ଲକ୍ଷ ଲୋକଙ୍କୁ ଚାଉଳ ଦେବେ ବୋଲି ବିଜେଡି କର୍ମୀମାନେ ବ୍ୟାନର ଓ ପୋଷ୍ଟର ମାରୁଛନ୍ତି। ମୋଦି ମାଗଣା ଚାଉଳ ଦେଉଛନ୍ତି। ବିଜେଡି ଯଦି ଷଡ଼ଯନ୍ତ୍ର କରି ପୋଷ୍ଟର ଲଗାଏ ତା’ହେଲେ ଭାଜପାର କାର୍ଯ୍ୟକର୍ତ୍ତା ଏହାକୁ ବରଦାସ୍ତ କରିବେ ନାହିଁ। ଭାଜପା ବର୍ଷକ ବାରମାସ ଲୋକଙ୍କ ହିତ ପାଇଁ କାର୍ଯ୍ୟ କରେ ଏବଂ ଏହା ଏକ ସଙ୍ଗଠନ ଆଧାରିତ ଦଳ। ଓଡ଼ିଶାରେ କଂଗ୍ରେସ ଦଳ କିଛି କାର୍ଯ୍ୟ କରେନାହିଁ ଏବେ ସେମାନେ କୁଆଡ଼େ ‘ତୁଳସୀ ଯାତ୍ରା’ କରୁଛନ୍ତି। ଠିକ୍ ସେମିତି କେବଳ ପ୍ରଚାର ପ୍ରସାରରେ ବିଶ୍ୱାସ ରଖୁଥିବା ବିଜେଡି କୌଣସି କାର୍ଯ୍ୟ କରେ ନାହିଁ ବରଂ ମୋଦି ସରକାର ଓଡ଼ିଶାକୁ ଯାହା ଦିଅନ୍ତି ତାହା କିପରି ଘୋଟାଲା ହେବ ସେନେଇ ଲାଗିଥାନ୍ତି। କଂଗ୍ରେସ ଓ ବିଜେଡି ‘ନେତା ଆଧାରିତ ଦଳ’ କିନ୍ତୁ ଭାଜପା ‘ସଙ୍ଗଠନ ଆଧାରିତ ଦଳ’ ବୋଲି ଗୋଲକ କହିଛନ୍ତି।
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼
ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…
ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍ କରୁଛି। ତେବେ…
ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….
ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…
ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍…
ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….
ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ…
ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍, ୩ରେ ସିଧାସଳଖ ନେତା ଚୟନ!
ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

