Posted inଖେଳ

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ । ବାରବାଟୀରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ଦକ୍ଷିଣ ଆଫ୍ରିକା । ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ।

ତେବେ ବାରବାଟୀରେ କେତେ ଥର ଜିତିଛି ଟିମ୍ ଇଣ୍ଡିଆ? କେତେ ଥର ହାରିଛି? ଜାଣନ୍ତୁ ସବୁକିଛି…

ଟିମ୍ ଇଣ୍ଡିଆ ବାରବାଟୀରେ ମୋଟ ୧୮ଟି ଦିନିକିଆ ମ୍ୟାଚ୍‌ ଖେଳିଥିବା ବେଳେ ସେଥିମଧ୍ୟରୁ ୧୪ଟି ମ୍ୟାଚ୍‌ ଜିତିଛି । ସେହିଭଳି ୪ଟି ମ୍ୟାଚ୍‌ରେ ପରାସ୍ତ ହୋଇଛି ଭାରତୀୟ ଦଳ । ସେହିଭଳି ବାରବାଟୀରେ ଭାରତର ଟେଷ୍ଟ ରେକର୍ଡ କଥା କହିବାକୁ ଗଲେ, ଏଠାରେ ଦୁଇଟି ମ୍ୟାଚ୍‌ ଖେଳିଛି ଦଳ । ଯେଉଁଥିରେ ଗୋଟିଏ ବିଜୟୀ ହୋଇଥିବା ବେଳେ ଆଉ ଗୋଟିଏ ଡ୍ର ଭାବେ ଶେଷ ହୋଇଥିଲା । ସେହିଭଳି ୧୯୮୪, ୧୯୯୪, ୧୯୯୬, ୧୯୯୮, ୨୦୦୦, ୨୦୦୭, ୨୦୦୮, ୨୦୦୯, ୨୦୧୧, ୨୦୧୪, ୨୦୧୭, ୨୦୧୯ ଏବଂ ୨୦୨୫ରେ ବାରବଟୀରେ ଦିନିକିଆ ମ୍ୟାଚ୍‌ ଜିତିଥିଲା ଭାରତ ।

ସେହିଭଳି ବାରବାଟୀରେ ମୋଟ ୩ଟି ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ୍‌ ଖେଳିଛି ଭାରତ । ଯେଉଁଥିରେ ଗୋଟିଏ ଜିତିଥିବା ବେଳେ ଆଉ ଦୁଇଟି ମ୍ୟାଚ୍ ହାରିଛି । ୨୦୧୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୬ ଓ୍ବିକେଟରେ ହାରିଥିଲା ଭାରତ । ପରେ ୨୦୧୭ରେ ଶ୍ରୀଲଙ୍କା ବିପକ୍ଷରେ ୯୩ ରନରେ ଜିତିଥିଲା । ସେହିଭଳି ୨୦୨୨ରେ ଦକ୍ଷିଣ ଆଫ୍ରିକା ଠାରୁ ୪ ଓ୍ବିକେଟରେ ହାରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଭୁବନେଶ୍ବର, ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri