Posted inଜାତୀୟ

କେତେ ଶ୍ରମିକଙ୍କୁ ମିଳୁଛି ଖାଦ୍ୟ ଶସ୍ୟ: କେନ୍ଦ୍ର-ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୩୧।୧ : ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ସମ୍ପର୍କରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ପଞ୍ଜୀକୃତ ୨୮ କୋଟି ୫୫ ଲକ୍ଷ ଶ୍ରମିକଙ୍କ ମଧ୍ୟରୁ କେତେଜଣଙ୍କର ରାଶନ କାର୍ଡ ଅଛି ଏବଂ କେତେଜଣ ଲୋକ ଏନଏଫଏସଏ ଅଧୀନରେ ଖାଦ୍ୟ ଶସ୍ୟ ପାଉଛନ୍ତି ତାହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କୋର୍ଟ ପଚାରିିଛନ୍ତି।

ବିଚାରପତି ଏମଆର ଶାହା ଏବଂ ଜଷ୍ଟିସ ବିଭି ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଦୁଇ ଜଣିଆ ବେଞ୍ଚ କହିଛନ୍ତି ଯେ ସମଗ୍ର ମାମଲାର ପରବର୍ତ୍ତୀ ଶୁଣାଣି ଫେବୃଆରୀ ୨୦ ରେ ହେବ। କେବଳ ପଞ୍ଜୀକରଣ ପର୍ଯ୍ୟାପ୍ତ ନୁହେଁ ବୋଲି କୋର୍ଟ କହିଛନ୍ତି।

କେବଳ ପଞ୍ଜୀକରଣ ପର୍ଯ୍ୟାପ୍ତ ନୁହେଁ ବୋଲି କୋର୍ଟ କହିଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଇ-ଲେବର ପୋର୍ଟାଲରୁ ସଂଗୃହିତ ତଥ୍ୟକୁ ରାଜ୍ୟମାନଙ୍କ ସହ ବାଣ୍ଟିବାକୁ କହିଛନ୍ତି। ଏଥିସହ କେତେଜଣ ପ୍ରବାସୀ ଶ୍ରମିକ ଅଛନ୍ତି ତାହା ସୂଚିତ କରିବା ପାଇଁ ରାଜ୍ୟ ସରକାରଙ୍କୁ କହିଛନ୍ତି। ଏହା ବ୍ୟତୀତ ପରବର୍ତ୍ତୀ ଶୁଣାଣିରେ ରାଜ୍ୟ ସରକାରଙ୍କୁ ଉପସ୍ଥିତ ରହିବାକୁ କୋର୍ଟ କହିଛନ୍ତି।

କେନ୍ଦ୍ର ସୂଚନା ପୂର୍ବରୁ ପଞ୍ଜୀକରଣ ପାଇଁ ଜାତୀୟ ସୂଚନା କେନ୍ଦ୍ର ସହଯୋଗରେ ଏଭଳି ପୋର୍ଟାଲ ତିଆରି କରିବାକୁ ପ୍ରସ୍ତୁତ ଥିବା ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାର ପୂର୍ବରୁ କହିଥିଲେ। ଏହା କରାଯାଉଛି ଯାହାଦ୍ୱାରା ପ୍ରବାସୀ ଶ୍ରମିକମାନେ ଲାଭ ପାଇପାରିବେ । କେନ୍ଦ୍ର ସରକାର କହିଛନ୍ତି ଯେ ପଞ୍ଜୀକରଣର ଉଦ୍ଦେଶ୍ୟ ହେଉଛି ପ୍ରବାସୀ ଶ୍ରମିକଙ୍କୁ ଉପକୃତ କରିବା। ଏଥିପାଇଁ କାର୍ଯ୍ୟ କରାଯାଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri