Posted inଫୁରସତ

କେବଳ ସ୍ବପ୍ନ ଦେଖିବାରେ ବିତିଥାଏ ମଣିଷ ଜୀବନର କେତେ ବର୍ଷ, ଜାଣନ୍ତି କି…

ନୂଆଦିଲ୍ଲୀ: ଶୋଇଲେ ଆଖିକୁ ଆସେ ସ୍ବପ୍ନ। କେତେ ସ୍ବପ୍ନ ମନେ ରୁହେ କିଛି ସ୍ମୃତିରେ ରୁହେନା। ମଣିଷର ଜୀବନକାଳ ମଧ୍ୟରେ କେବଳ ୬ ବର୍ଷ ସ୍ବପ୍ନ ଦେଖାରେ ବିତିଥାଏ। ସେଥିମଧ୍ୟରୁ ୯୦ ପ୍ରତିଶତ ସ୍ବପ୍ନ ନିଦରୁ ଉଠିଲା ପରେ ଆଉ ମନେ ନ ଥାଏ। ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ସାଇନ୍ସ୍‌ ପକ୍ଷରୁ ଏନେଇ କରାଯାଇ ଥିବା ଏକ ସର୍ଭେ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି। ସ୍ବପ୍ନ ମଣିଷର ନିଦ୍ରାବସ୍ଥାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶବିଶେଷ। ଜଣେ ବ୍ୟକ୍ତି ଗୋଟିଏ ବର୍ଷରେ ୨ ହଜାରରୁ ଅଧିକ ସ୍ବପ୍ନ ଦେଖିଥାନ୍ତି। ଅର୍ଥାତ୍‌ ଗୋଟିଏ ରାତିରେ ୪ରୁ ୬ ଥର ସ୍ବପ୍ନ ଦେଖାଯାଇଥାଏ। ଏହି ହିସାବ ଅନୁସାରେ ଜଣେ ବ୍ୟକ୍ତି ଗୋଟିଏ ବର୍ଷରେ ୧୪୬୦ରୁ ୨୧୯୦ ଥର ସ୍ବପ୍ନ ଦେଖିଥାନ୍ତି। କିଛି ସ୍ବପ୍ନ ଘଣ୍ଟେରୁ ୨ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିଥାଏ। ଅପରପକ୍ଷରେ କିଛି ସ୍ବପ୍ନ ମାତ୍ର ୨ରୁ ୩ ମିନିଟ୍‌ ଅବା କେଇ ସେକେଣ୍ଡ ମଧ୍ୟରେ ସୀମିତ ରହିଥାଏ ବୋଲି ନ୍ୟାଶନାଲ୍‌ ସ୍ଲିପ୍‌ ଫାଉଣ୍ଡେଶନ ପକ୍ଷରୁ କରାଯାଇଥିବା ଏକ ଗବେଷଣା ରିପୋର୍ଟରେ ଦର୍ଶାଯାଇଛି। ଜଣେ ବ୍ୟକ୍ତି ପ୍ରତି ରାତିରେ ହାରାହାରି ୨ ଘଣ୍ଟା ସ୍ବପ୍ନ ଦେଖିଥାନ୍ତି। ଏଭଳି ହେଲେ ଗୋଟିଏ ବର୍ଷ ଅର୍ଥାତ୍‌ ୩୬୫ ଦିନରେ ପ୍ରାୟ ୭୩୦ ଘଣ୍ଟା ସ୍ବପ୍ନରେ ବିତିଥାଏ। ସାଧାରଣତଃ ପ୍ରେମ ଭରା ଏବଂ ଭୟାନକ ସ୍ବପ ହିଁ ମନ ରହିଥାଏ। ଅପରପକ୍ଷରେ ଅନ୍ୟ ସ୍ବପ୍ନ ସ୍ମୃତିରେ ରହି ନ ଥାଏ ବୋଲି ନ୍ୟାଶନାଲ୍‌ ସ୍ଲିପ୍‌ ଫାଉଣ୍ଡେଶନ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri