ବିଜୟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ସାଉଥ୍‌ ସିନେମାର ପ୍ରସିଦ୍ଧ ଅଭିନେତା ଥଲାପଥି ବିଜୟ କେବଳ ତାଙ୍କର ଫିଲ୍ମ ପାଇଁ ନୁହେଁ ବରଂ ବିଳାସପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା। ଗତ ବର୍ଷ ମୁକ୍ତିଲାଭ କରିଥିବା ବିଜୟଙ୍କ ଫିଲ୍ମ ‘ମାଷ୍ଟର’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଥିଲା। ବିଜୟଙ୍କ ସମ୍ପତ୍ତି ମୂଲ୍ୟ ପ୍ରାୟ ୪୧୦ କୋଟି ଟଙ୍କା। ଦୁଇ ଦଶନ୍ଧିର ଫିଲ୍ମ କ୍ୟାରିୟରରେ ବିଜୟ ପ୍ରାୟ ୬୪ଟି ଫିଲ୍ମରେ କାମ କରିଛନ୍ତ। ୨୦୧୯ ମସିହାରୁ ବିଜୟଙ୍କ ଆୟ ବୃଦ୍ଧି ପାଇଛି ଏବଂ ସେ ବାର୍ଷିକ ପ୍ରାୟ ୧୦୦-୨୦୦ କୋଟି ଟଙ୍କା ରୋଜଗାର କରୁଛନ୍ତି।
ବିଜୟଙ୍କ ଏହି ଆୟ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ, ଫିଲ୍ମ ଏବଂ ଅନ୍ୟାନ୍ୟ ଉତ୍ସକୁ କରି ଗଣନା କରାଯାଇଛି। ଚେନ୍ନାରେ ତାଙ୍କର ଏକ ବିଳାଶପୂର୍ଣ୍ଣ ବଙ୍ଗଳା ରହିଛି। ବିଜୟଙ୍କ ବିଳାସପୂର୍ଣ୍ଣ ଗାଡି ବିଷୟରେ କହିବାକୁ ଗଲେ ବିଜୟଙ୍କର ୨.୫ କୋଟି ଟଙ୍କା ମୂଲ୍ୟର ରୋଲ୍ସ ରୟାଲ୍ସ ଘୋଷ୍ଟ ସମେତ ଏକରୁ ଅଧିକ ବିଳାସପୂର୍ଣ୍ଣ ଗାଡି ଅଛି। ବିଏମ୍‌ଡବ୍ଲ୍ୟୁର ଏକ୍ସ୫ ଏବଂ ଏକ୍ସ୬, ଅଡିର ଏ୮ଏଲ୍‌ ଏବଂ ମର୍ସିଡିଜ-ବେଞ୍ଜ ଜିଏଲ୍‌ଏ ସାମିଲ ଅଛି।
ବିଜୟ ଖୁବ ଶୀଘ୍ର ‘ବିଷ୍ଟ’ରେ ନଜର ଆସିବେ। ଏହି ଫିଲ୍ମଟି ଏପ୍ରିଲ ୧୩ରେ ରିଲିଜ ହେବ। ଫିଲ୍ମରେ ପୂଜା ହେଗଡେ ବିଜୟଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri