ସୁନୀତା ଓ୍ବିଲିୟମ୍ସଙ୍କୁ କେତେ ମିଳେ ଦରମା? ଏପରି ରିସ୍କ କଭର୍‌ ପାଇଁ ନାସା ଦିଏ ସ୍ପେଶାଲ…

ଓ୍ବାଶିଂଟନ୍‌,୨୧।୧୨: କୁହାଯାଏ କି ମହାକାଶଚାରୀମାନେ ଦୁନିଆର ସବୁଠାରୁ ସାହସୀ ଲୋକମାନଙ୍କ ମଧ୍ୟରୁ ଜଣେ, ଯେଉଁମାନେ ପୃଥିବୀର ମାଧ୍ୟାକର୍ଷଣକୁ ଚ୍ୟାଲେଞ୍ଜ କରି ମହାକାଶକୁ ଯାତ୍ରା କରନ୍ତି। ଏହିପରି ଜଣେ ସାହାସୀ ମହାକାଶଚାରୀ ହେଲେ ସୁନୀତା ୱିଲିୟମ୍ସ। ସେ ଜଣେ ଭାରତୀୟ ମହାକାଶଚାରୀ। ସୁନୀତା ୱିଲିୟମ୍ସ ଦୀର୍ଘ ସମୟ ଧରି ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନରେ ଅଟକି ରହିଛନ୍ତି।

ସୁନୀତା ୱିଲିୟମ୍ସ ମହାକାଶରେ ଅବିଶ୍ୱସନୀୟ ଭାବରେ ୩୨୨ ଦିନ ବିତାଇଛନ୍ତି। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠିଛି ଯେ ଏପରି ସାହାସିକ କାମ ପାଇଁ ନାସା ତାଙ୍କୁ କେତେ ଦରମା ଦିଏ। ଏତେ ଅସୁବିଧା ସତ୍ତ୍ୱେ ସେ ନିଜ ଜୀବନକୁ ପାଣି ଛଡାଇ ମହାକାଶରେ ରହିବା ସହଜ କଥା ନୁହେଁ।

ସୁନୀତା ୱିଲିୟମ୍ସ ଜଣେ ଭାରତୀୟ ମହାକାଶଚାରୀ। ସେ ୧୯୯୮ରେ ନାସାର ମହାକାଶ ମିଶନ ପାଇଁ ଜଣେ ମହାକାଶଚାରୀ ଭାବରେ ମନୋନୀତ ହୋଇଥିଲେ। ସେ ଆମେରିକାର ନୌସେନାର ଜଣେ ଅବସରପ୍ରାପ୍ତ ଅଧିକାରୀ । ସେ ୫୦ ଘଣ୍ଟା, ୪୦ମିନିଟ ପାଇଁ ସ୍ପେସଓ୍ବାକ୍‌ କରିଥିବା ରେକର୍ଡଧାରୀ ମହାକାଶଚାରୀ।

ନାସା ହେଉଛି ବିଶ୍ୱର ସର୍ବବୃହତ ମହାକାଶ ସଂସ୍ଥା। ସୂଚନା ଅନୁଯାୟୀ, ନାସାରେ ସାଧାରଣ ନାଗରିକ ମହାକାଶଚାରୀଙ୍କ ଦରମା ଆମେରିକା ସରକାରଙ୍କ ଦରମାନାମା ଦ୍ୱାରା ର୍ନିଣ୍ଣୟ କରାଯାଏ। ବିଶେଷ ଭାବରେ ଏହା GS-13 ରୁ GS-15 ଗ୍ରେଡ ଦ୍ୱାରା ନିର୍ଦ୍ଧାରିତ କରାଯାଏ।

ତେବେ ଏହି ଦରମା ଗ୍ରେଡେସନ ଅନୁସାରେ ସୁନୀତାଙ୍କୁ ଜିଏସ-୧୫ ପେଗ୍ରେଡ ଅନୁସାରେ ଦରମା ମିଳିଥାଏ। ତାଙ୍କୁ ବର୍ଷକୁ ୧୪୬,୭୫୭ ଡଲାର ମିଳିଥାଏ। ଯାହା ଭାରତୀୟ ମୁଦ୍ରାରେ ୧.୨୭ କୋଟି ଟଙ୍କା ଅଟେ। ମହାକାଶଚାରୀଙ୍କ ଚିକିତ୍ସା ସମ୍ବନ୍ଧୀୟ ଖର୍ଚ୍ଚକୁ ନେଇ ନାସା ବ୍ୟାପକ ସ୍ବାସ୍ଥ୍ୟ ବୀମା ଯୋଗାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri