ଶର୍ମିଲା ଟାଗୋରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ହିନ୍ଦୀ ସିନେମାର ଭେଟେରାନ ଅଭିନେତ୍ରୀ ଶର୍ମିଲା ଟାଗୋର ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। କଶ୍ମୀର କି କଲି, ଅମର ପ୍ରେମ, ଆରାଧନା ଭଳି ସୁପରହିଟ୍‌ ଫିଲ୍ମରେ ଅଭିନୟ କରିଥିବା ଶର୍ମିଲା ଆନ୍ଧ୍ରପ୍ରଦେଶର ଏକ ହିନ୍ଦୁ ବଙ୍ଗୀୟ ପରିବାରରେ ଜନ୍ମ ହୋଇଥିଲେ। ସେ ଭାରତୀୟ କ୍ରିକେଟର ତଥା ପଟୌଦି ରାଜବଂଶର ନବାବ ମନନସୁର ଅଲି ଖାନଙ୍କୁ ବିବାହ କରିଥିଲେ। ଶର୍ମିଲା ଧର୍ମେନ୍ଦ୍ରଙ୍କ ସହ ଅନେକ ହିଟ ଫିଲ୍ମ ଦେଇଛନ୍ତି।
ନବାବ ପଟୌଦିଙ୍କ ମୃତ୍ୟୁ ପରେ ଶର୍ମିଲା ଟାଗୋର ୨୭୦୦ କୋଟି ମୂଲ୍ୟର ସମ୍ପତ୍ତିର ମାଲିକ ଅଟନ୍ତି। ଏହି ସମ୍ପତ୍ତି ମୁଖ୍ୟତଃ ରାଜପ୍ରସାଦ ଏବଂ ମହଲକୁ ନେଇ ଗଠିତ, ଯାହାର ମୂଲ୍ୟ କୋଟି କୋଟି ଟଙ୍କା ବୋଲି କୁହାଯାଏ। ତାଙ୍କ ସମ୍ପତ୍ତି ଝିଅ ସବା ଅଲି ଖାନ ସମ୍ଭାଳନ୍ତି। ସାରା ଦେଶରେ ପଟୌଦି ବଂଶର ଅନେକ ପ୍ରାସାଦ ଏବଂ ଜମି ଅଛି।
ଶର୍ମିଲା ଟାଗୋର ଏବଂ ମନସୁର ଅଲି ଖାନ ପଟୌଦିଙ୍କ ପ୍ରେମ କାହାଣୀ ନିଆରା ଥିଲା। ଉଭୟଙ୍କ ପରିବାର ସେମାନଙ୍କ ବିବାହ ପାଇଁ ପ୍ରସ୍ତୁତ ନ ଥିଲେ। କାରଣ ଶର୍ମିଲା ଖୋଲା ମନୋଭାବ ଏବଂ ଆଧୁନିକା ହୋଇଥିବାବେଳେ ପଟୌଦି ନବାବୀ ପରିବାରର ଥିଲେ। ପରିଶେଷରେ ଉଭୟ ନିଜ ପରିବାରକୁ ମନାଇବାରେ ସକ୍ଷମ ହୋଇଥିଲେ ଏବଂ ୧୯୬୮ରେ ଦୁହେଁ ବିବାହ କରିଥିଲେ। ବିବାହ ପରେ ଶର୍ମିଲାଙ୍କ ନାମ ବେଗମ ଆୟେଶା ସୁଲତାନ ରଖାଯାଇଥିଲା।
ବିବାହ ପରେ ମଧ୍ୟ ଅଭିନେତ୍ରୀ ଅନେକ ସୁପରହିଟ ଫିଲ୍ମ ଦେଇଥିଲେ। ‘କଶ୍ମୀର କି କଳି’, ‘ୱକ୍ତ’, ‘ଅନୁପମା’, ‘ଦେବର୍‌’, ‘ସାୱନ କି ଘଟା’, ‘ନାୟକ’, ‘ଆମ୍‌ନେ ସାମ୍‌ନେ’, ‘ଆରାଧନା’, ‘ଆବିଷ୍କାର’, ‘ଅମର ପ୍ରେମ’, ‘ସଫର’, ‘ଛୋଟି ବାହୁ’, ‘ଦାଗ’, ‘ସୁହାନା ସଫର’, ‘ତଲାଶ’, ‘ଶାନଦାର’, ‘ସୈତାନ’, ‘ମୌସମ’, ‘ଡାକ ଘର’ ଭଳି ହିଟ୍‌ ଫିଲ୍ମରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri