ଲୋକଙ୍କୁ କେତେ ଶୋଷିବେ କେନ୍ଦ୍ର ସରକାର: ନିରଞ୍ଜନ

ଭୁବନେଶ୍ୱର,୬।୭(ବ୍ୟୁରୋ): କରୋନା ଏବଂ ତଜ୍ଜନିତ ତାଲାବନ୍ଦ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ସାରିଲାଣି। ଆର୍ଥିକ ଅନଟନ ଲୋକଙ୍କୁ ମହାମାରୀଠୁ ଅଧିକ କଷ୍ଟ ଦେଲାଣି। ଏହି ସମୟରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ବାରମ୍ବାର ଦରବୃଦ୍ଧି ଲୋକଙ୍କ ପାଇଁ ବେଡ଼ି ଉପରେ କରୋଡ଼ା ମାଡ଼ ସାଜିଛି। ଲୋକଙ୍କୁ କେତେ ଆଉ ଶୋଷଣ କଲେ କେନ୍ଦ୍ର ସରକାର ସନ୍ତୁଷ୍ଟ ହେବେ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି।
କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ନିରଞ୍ଜନ କହିଛନ୍ତି, ଭାଜପା ସରକାରଙ୍କ ଏପରି ଜନମାରଣ ନୀତିର ଜବାବ ଲୋକମାନେ ଦେବେ। ପେଟ୍ରୋଲ ବର୍ତ୍ତମାନ ୧୦୦ ଟଙ୍କା ପାର ହୋଇସାରିଥିବା ବେଳେ ଡିଜେଲ ୧୦୦ ଛୁଇଁବ ଏବଂ ରନ୍ଧନ ଗ୍ୟାସ୍‌ ୮୬୧ଟଙ୍କା ହେଲାଣି। ଉପା ସରକାର ସମୟରେ ୨୦୧୩ ଜୁଲାଇରେ ପେଟ୍ରୋଲ ଲିଟର ପିଛା ଦାମ ୭୪ ଟଙ୍କା ୨୪ ପଇସା ଥିଲାବେଳେ ଡିଜେଲ ୬୭ ଟଙ୍କା ୫୭ ପଇସା ଥିଲା। ସେତେବେଳେ ଅଶୋଧିତ ତୈଳର ଦାମ ବ୍ୟାରେଲ ପିଛା ଥିଲା ୧୦୨.୯୨ ଡଲାର ଥିଲା ବେଳେ ବର୍ତ୍ତମାନ ଏହା ୭୫ ଡଲାର ଅଛି। ଏହାଦ୍ୱାରା ଖାଉଟିଙ୍କ ଉପରେ ସିଧାସଳଖ ବୋଝ ପଡ଼ିବା ସହିତ ଦରଦାମ ବୃଦ୍ଧି ପାଉଛି। ଲୋକଙ୍କ ଅସନ୍ତୋଷ କ୍ରମଶଃ ପ୍ରତିବାଦ, ଆନ୍ଦୋଳନ ପାଇଁ କ୍ଷେତ୍ର ପ୍ରସ୍ତୁତ କରିସାରିଲାଣି। ପେଟ୍ରୋଲ, ଡିଜେଲ ଓ ରନ୍ଧନଗ୍ୟାସ୍‌ ତଥା ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ବିରୋଧରେ ଆସନ୍ତା ୭ରୁ ୧୭ ତାରିଖ ପର୍ଯ୍ୟନ୍ତ ଦେଶ ତମାମ କଂଗ୍ରେସ ପ୍ରତିବାଦ ଆନ୍ଦୋଳନ ସଂଗଠିତ କରିବ। ୭ରେ ପ୍ରତ୍ୟେକ ବ୍ଲକ ସାମ୍ନାରେ ପ୍ରତିବାଦରେ ଲୋକେ ଝାଞ୍ଜ, ଘଣ୍ଟମାଡ଼ କରି ପ୍ରତିବାଦ କରିବେ। ଜୁଲାଇ ୯ରେ ଜିଲା ସଦର ମହକୁମାରେ ସାଇକେଲ ଯାତ୍ରା ଜରିଆରେ ପ୍ରତିବାଦ ହେବ। ଜୁଲାଇ ୧୪ରେ ରାଜ୍ୟସ୍ତରୀୟ ପ୍ରତିବାଦ, ଆନ୍ଦୋଳନ, ଜୁଲାଇ ୧୫ରେ ମହଙ୍ଗା ମାଡ଼ର ପ୍ରତିବାଦ ସ୍ବରୂପ କୌଣସି ବି ପେଟ୍ରୋଲ ଟାଙ୍କିରୁ ପେଟ୍ରୋଲ ଓ ଡିଜେଲ ନ ପକାଇବା ଓ ସେହିଦିନ ରନ୍ଧନ ଗ୍ୟାସ୍‌ ନ କିଣିବା ପାଇଁ ରାଜ୍ୟବାସୀଙ୍କୁ ନିବେଦନ, ଜୁଲାଇ ୧୭ରେ ସମସ୍ତ ପେଟ୍ରୋଲ ପମ୍ପ ସାମ୍ନାରେ ଦସ୍ତଖତ ଅଭିଯାନ ଆୟୋଜିତ ହେବ ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri