ଅଧରାତିରେ କେମିତି ଜଳବନ୍ଦୀଙ୍କୁ ଉଦ୍ଧାର କଲେ, ଖବରଦାତା ସମ୍ମିଳନୀରେ କହିଲେ ପୂରା ଘଟଣା…

ଭଦ୍ରକ,୨୭ା୧୦: ବାତ୍ୟା ଦାନା ଟଳି ଯିବା ପରେ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ଦୁଇ ଦିନ ପରେ ଏବେବି ପାଣିଘେରରେ ରହିଛନ୍ତି ଅନେକ ଲୋକ। ରେବ, କପାଳି ଓ ଶାଳନ୍ଦୀ ନଦୀରେ ଜଳ ସ୍ତର ବଢ଼ୁଥିବାରୁ ଶନିବାର ରାତିପହିଲା ବେଳକୁ ଘରେ ପଶୁଛି ଆଣ୍ଠୁଏ ପାଣି। ଗାଁ ରାସ୍ତା ଉପରେ ଚାଲୁଛି ପାଣି ସୁଅ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସରକାରଙ୍କ ଓଡ୍ରାଫ, ଏନ୍‌ଡିଆର୍‌ଏଫ୍‌, ଦମକଳ ବାହିନୀ ଲାଗି ରହିଛନ୍ତି ଉଦ୍ଧାର କାର୍ଯ୍ୟରେ। ଉଦ୍ଧାର କାର୍ଯ୍ୟରେ ମଧ୍ୟ ଲାଗି ପଡ଼ିଛନ୍ତି ପୋଲିସ କର୍ମଚାରୀଙ୍କ ସହ ବହୁ ବରିଷ୍ଠ ଅଧିକାରୀ l ବରିଷ୍ଠ ପୋଲିସ ଅଧିକାରୀ ତଥା ପୂର୍ବାଞ୍ଚଳ ଡିଆଇଜି ଡ. ସତ୍ୟଜିତ ନାୟକଙ୍କୁ ଭଦ୍ରକ ଜିଲା ଦାୟିତ୍ୱ ଦିଆଯାଇଥିଲା l ପୋଲିସ ଅଧିକାରୀମାନେ ମଧ୍ୟ ତାଙ୍କ ଟିମ୍‌ଙ୍କୁ ନେଇ ରାସ୍ତା ସଫା କରିବା ସହ ଜଳବନ୍ଦୀରେ ଥିବା ଲୋକମାନଙ୍କୁ ଉଦ୍ଧାର କରିବାର ଦୃଶ୍ୟ ବେଶ୍‌ ପ୍ରଶଂସନୀୟ ଥିଲା। ଶନିବାର ରାତି ସାଢ଼େ ୮ ରେ ଖବର ଆସିଲା ପୋଲିସ କଣ୍ଟ୍ରୋଲ ରୁମ୍‌କୁ, ଶାଳନ୍ଦୀ ନଦୀର ଜଳସ୍ତର ବଢ଼ିବା ଯୋଗୁ ତିହିଡି ବ୍ଲକ ତଳଗୋପାବିନ୍ଧା ଗ୍ରାମରେ କିଛି ବୟସ୍କ ବ୍ୟକ୍ତି, ଛୋଟପିଲା ଓ ମହିଳା ଜଳବନ୍ଦୀରେ ଫସିରହିଛନ୍ତି l ତତ୍‌କ୍ଷଣାତ ଡିଆଇଜି ନାୟକଙ୍କ ସହ ଏସ୍‌ପି ମଡ଼କର ସନ୍ଦୀପ ସମ୍ପଦ ଓଡ୍ରାଫ ଟିମ୍‌କୁ ସାଙ୍ଗରେ ନେଇ ଉଦ୍ଧାର କାର୍ଯ୍ୟରେ ବାହାରିପଡ଼ିଥିଲେ। ଜଳବନ୍ଦୀରେ ଥିବା ଲୋକଙ୍କ ପାଖରେ ପହଞ୍ଚି ସୁରକ୍ଷିତ ଭାବରେ ୩୦ ଜଣ ଜଳବନ୍ଦୀଙ୍କୁ ଉଦ୍ଧାର କରି ନିକଟରେ ଥିବା ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ଐଷାନ୍ୟଚଣ୍ଡୀ ଉଚ୍ଚ ବିଦ୍ୟାଳୟକୁ ଆଣି ରଖିବା ସହ ଖାଇବାର ବନ୍ଦୋବସ୍ତ କରିଥିଲେ। ସମସ୍ତଙ୍କୁ ଅନୁରୋଧ କରିଥିଲେ ଯେହେତୁ ସାଳନ୍ଦୀ ନଦୀର ଜଳସ୍ତର ବଢୁଛି। ତେଣୁ ସୁରକ୍ଷା ଦୃଷ୍ଟିକୋଣରୁ ଜଳସ୍ତର କମିବା ପର୍ଯ୍ୟନ୍ତ ସୁରକ୍ଷିତ ସ୍ଥାନରେ ରୁହନ୍ତୁ। ଭଦ୍ରକ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀରେ ସମସ୍ତ ଘଟଣା ଡିଆଇଜି କହିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତ ଯୋଦ୍ଧାଙ୍କୁ ସାଧୁବାଦ ମଧ୍ୟ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri