Posted inଜାତୀୟ

ସମଲିଙ୍ଗୀ ଯୋଡ଼ି କିପରି ପାଇବେ ସାମାଜିକ ସୁବିଧା

ନୂଆଦିଲ୍ଲୀ,୨୮ା୪: ଯୁଗ୍ମ ବ୍ୟାଙ୍କ ଆକାଉଣ୍ଟ ଖୋଲିବା କିମ୍ବା ବୀମା ପଲିସିରେ ପାର୍ଟନରଙ୍କୁ ନୋମିନୀ ରଖିବା ଆଦି ମୌଳିକ ସାମାଜିକ ଅଧିକାର ସମଲିଙ୍ଗୀ ଯୋଡ଼ି କିପରି ପାଇବେ, ସରକାର ତାହା ଖୋଜି ବାହାର କରିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଯାହା ଜଣାପଡ଼ୁଛି, ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ଦେବା ପାର୍ଲାମେଣ୍ଟର ବିଶେଷ ଅଧିକାର ଭାବେ ସର୍ବୋଚ୍ଚ ଅଦାଲତ ଗ୍ରହଣ କରିପାରନ୍ତି। ସମଲିଙ୍ଗୀ ବିବାହର ଆଇନଗତ ବୈଧତାକୁ କେନ୍ଦ୍ର ସରକାର ବିରୋଧ କରିଆସୁଛନ୍ତି। ଅନ୍ୟପକ୍ଷେ ବିବାହ ଅଧିକାର ନ ମିଳିବା ସେମାନଙ୍କ ମୌଳିକ ଅଧିକାରର ଉଲ୍ଲଂଘନ ଏବଂ ପକ୍ଷପାତିତା ବୋଲି ଆବେଦନକାରୀମାନେ ଯୁକ୍ତି କରିଛନ୍ତି। ସମଲିଙ୍ଗୀ ଯୋଡ଼ିଙ୍କୁ ବିବାହ ମାନ୍ୟତା ନ ଦେଇ ସେମାନଙ୍କ ବିଭିନ୍ନ ସମସ୍ୟାର କିପରି ସମାଧାନ କରାଯାଇପାରିବ, ତାହା ଉପରେ ସର୍ବୋଚ୍ଚ ଅଦାଲତ ସଲିସିଟର ଜେନେରାଲଙ୍କୁ ଜବାବ ମାଗିଛନ୍ତି। ଅଦାଲତରେ ନୁହେଁ, ପାର୍ଲାମେଣ୍ଟରେ ସମଲିଙ୍ଗୀ ବିବାହ ପ୍ରସଙ୍ଗରେ ବିତର୍କ ହେବା ଆବଶ୍ୟକ ବୋଲି ବୁଧବାର କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri