ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି ଓ ରୋମାଞ୍ଚଭରା ମୁଡ୍‌ରେ ଥିବାବେଳେ, ଅନ୍ୟପଟେ ୱିକେଟକିପର ବ୍ୟାଟର ସଞ୍ଜୁ ସାମସନ ନିଜ ଫର୍ମ ଓ ସ୍ଥାନ ଫେରି ପାଇବା ପାଇଁ ଏକାକୀ ସଂଘର୍ଷ କରୁଥିବା ନଜର ଆସିଛନ୍ତି।

ନାମିବିଆ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନ ବେଶ୍ ରୋମାଞ୍ଚକର ରହିଥିଲା। ତେବେ ଏହି ଅଭ୍ୟାସ ସମୟରେ କିଛି ପ୍ରମୁଖ ଘଟଣା ସାମ୍ନାକୁ ଆସିଛି, ଯାହା ଦଳର ଚୂଡ଼ାନ୍ତ ଏକାଦଶକୁ ନେଇ ସଙ୍କେତ ଦେଉଛି।

ସାମସନ ବନାମ ଈଶାନ:
ଅଭ୍ୟାସ ସମୟରେ ଈଶାନ କିଷାନ ବେଶ୍ ଆତ୍ମବିଶ୍ୱାସର ସହ ବଡ଼ ବଡ଼ ସଟ୍ ଖେଳୁଥିବା ବେଳେ ସଞ୍ଜୁ ସାମସନ ସଂଘର୍ଷ କରୁଥିବା ଦେଖାଯାଇଥିଲା। ଅର୍ଶଦୀପ ସିଂହ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପେସ୍ ବୋଲିଂ ବିପକ୍ଷରେ ସାମସନ ଅସହଜ ମନେ ହେଉଥିଲେ। ବାଟିଂ କୋଚ୍ ସିତାଂଶୁ କୋଟକ ତାଙ୍କୁ ସ୍ୱତନ୍ତ୍ର ଭାବେ ୨୦ ମିନିଟ୍ ସମୟ ଦେଇଥିଲେ। ସହକାରୀ କୋଚ୍ ରାୟନ୍ ଟେନ୍ ଡୋସେଟ୍ କହିଛନ୍ତି ଯେ, ସାମସନଙ୍କ ମନୋଭାବ ଭଲ ଅଛି, କିନ୍ତୁ ଅନ୍ୟମାନଙ୍କ ଭଲ ପ୍ରଦର୍ଶନ ଯୋଗୁଁ ଚୟନ ପ୍ରକ୍ରିୟା କଷ୍ଟକର ହେଉଛି।

ଅନ୍ୟପଟେ ଭାରତୀୟ ଓପନର ଅଭିଷେକ ଶର୍ମା ପେଟରେ ସଂକ୍ରମଣ ଯୋଗୁଁ ମଙ୍ଗଳବାର ଅଭ୍ୟାସରେ ଯୋଗ ଦେଇପାରିନାହାନ୍ତି। ସୂଚନା ଅନୁଯାୟୀ, ତାଙ୍କୁ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରବିବାର ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ୍ ପୂର୍ବରୁ ଦଳ ତାଙ୍କୁ ନେଇ କୌଣସି ବିପଦ ନେବାକୁ ଚାହୁଁନାହିଁ। ଏଭଳି ସ୍ଥିତିରେ ସାମସନଙ୍କୁ ଗୁରୁବାର ମ୍ୟାଚ୍‌ରେ ସୁଯୋଗ ମିଳିପାରେ।

ଅସୁସ୍ଥତା ଯୋଗୁଁ ଆମେରିକା ବିପକ୍ଷ ମ୍ୟାଚ୍ ମିସ୍ କରିଥିବା ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ହୋଇ ନେଟ୍ସକୁ ଫେରିଛନ୍ତି। ସେ ସିରାଜଙ୍କ ସ୍ଥାନରେ ନାମିବିଆ ବିପକ୍ଷରେ ଖେଳିବା ସମ୍ଭାବନା ଅଛି। ଆହତ ସମସ୍ୟାରୁ ମୁକ୍ତ ହୋଇ ସୁନ୍ଦର ନେଟ୍ସରେ ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶିବମ ଦୁବେ ନେଟ୍ସରେ ଆକ୍ରମଣାତ୍ମକ ବ୍ୟାଟିଂ କରି ଷ୍ଟାଡିୟମ ବାହାରକୁ ବଲ୍ ପଠାଇଥିଲେ। ଅଭ୍ୟାସ ସେସନକୁ ଦେଖିଲେ ଭାରତୀୟ ଦଳର ମୁଡ୍ ବହୁତ ଉତ୍ସାହଜନକ ରହିଛି ଏବଂ ସମସ୍ତେ ପାକିସ୍ତାନ ବିପକ୍ଷ ହାଇ-ଭୋଲଟେଜ୍ ମ୍ୟାଚ୍ ପୂର୍ବରୁ ନିଜକୁ ପ୍ରସ୍ତୁତ ରଖିବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ କିଙ୍ଗ୍ସକୁ ଯିବା ପରେ ପ୍ରଶ୍ନ ଉଠାଇଲେ ମହମ୍ମଦ କୈଫ୍, କହିଲେ ହାର୍ଦ୍ଦିକଙ୍କ ସବୁଠୁ ବଡ଼ ଭୁଲ….

ନୂଆଦିଲ୍ଲୀ,୧୩।୧୧: ଆଇପିଏଲ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଦଳ ପରିବର୍ତ୍ତନକୁ ନେଇ ପୁଣି ଚର୍ଚ୍ଚା ଜୋର ଧରିଛି । ଗୁଜରାଟ ଟାଇଟନ୍ସ ଛାଡ଼ି ମୁମ୍ବାଇ ଇଣ୍ଡିଆନ୍ସକୁ ଫେରିବା ହାର୍ଦ୍ଦିକଙ୍କ ପାଇଁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୧୫ରେ ଅବପାତ, ବାତ୍ୟା ଆକଳନ କଲା ବିଦେଶୀ ମଡେଲ

ଭୁବନେଶ୍ୱର, ୧୩ା୧୧:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା…

IND VS NZ: ଭାରତର ପ୍ଲେଇଂ ୧୧ରେ ୩ଟି ବଡ଼ ପରିବର୍ତ୍ତନ; ୬ଟି ପରିବର୍ତ୍ତନ ସହ ପଡ଼ିଆକୁ ଓହ୍ଲାଇଲା ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ,୧୩।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ମାଉଣ୍ଟ ମାଉଙ୍ଗାନୁଇ ଠାରେ ଖେଳାଯିବ। ଶୁବମନ ଗିଲଙ୍କ…

ନୂଆ ଇତିହାସ ଲେଖିଲେ ପାକିସ୍ତାନ ଖେଳାଳି: ଡେବ୍ୟୁ ମ୍ୟାଚ୍‌ରେ କଲେ କମାଲ୍‌

ରାୱଲପିଣ୍ଡି,୧୩।୧୦:ଟେଷ୍ଟ କ୍ରିକେଟ୍‌ରେ ଡେବ୍ୟୁ କରିବା ପ୍ରତ୍ୟେକ ଖେଳାଳିଙ୍କ ସ୍ବପ୍ନ। ହେଲେ କିଛି ଖେଳାଳି ନିଜର ପ୍ରଥମ ମ୍ୟାଚ୍‌ରେ ଏମିତି ପ୍ରଦର୍ଶନ କରନ୍ତି, ଯାହା କ୍ରିକେଟ ଇତିହାସରେ ସବୁଦିନ…

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍‌; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ

ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ…

ଟସ ଜିତିଲା ଟିମ ଇଣ୍ଡିଆ: ଶ୍ରେୟସ ଆୟରଙ୍କ ହାତରେ ଅଧିନାୟକ ଦାୟିତ୍ୱ,ବାଦ୍‌ ପଡ଼ିଲେ…

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ଖେଳାଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ପୁଅର ସ୍ୱପ୍ନ ପାଇଁ ଶୋ’ରୁମ୍‌ ବିକିଥିଲେ ବାପା, ଅଣ୍ଡର-୧୯ ଏସିଆ କପ୍‌ରେ ଚମକିଲେ ୧୭ ବର୍ଷୀୟ ଇଶାନ ସୁଦ୍‌

ନୂଆଦିଲ୍ଲୀ,୧୩।୧୧: ଅଣ୍ଡର-୧୯ ଏସିଆ କପ୍‌ ୨୦୨୬ରେ ଭାରତୀୟ ଯୁବ ଖେଳାଳିମାନେ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ରହିଛନ୍ତି । ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର ସେହୱାଗଙ୍କ ବ୍ୟାଟିଂକୁ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?