ଥାନାରେ କେମିତି ବ୍ୟବହାର କରିବେ ପୋଲିସ ବାବୁ, ଏସଓପି ଆଣିଲେ ରାଜ୍ୟ ସରକାର

Featured Video Play Icon

ଭୁବନେଶ୍ୱର,୧୨।୧୧: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର ସେନେଇ ରାଜ୍ୟ ସରକାର ସୱତନ୍ତ୍ର ଏସଓପି ଆଣିଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେପଟେ ୩୧ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ କୋର୍ଟଙ୍କୁ ଜଣାଇଛନ୍ତି ଆଡଭୋକେଟ ଜେନେରାଲ। ଆସନ୍ତା ମଙ୍ଗଳବାର ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରାଯାଇଛି।

ଏସଓପି ଅନୁସାରେ, ସେନା ଅଧିକାରୀ ଥାନାକୁ ଆସିଲେ ଭଲ ବ୍ୟବହାର କରିବେ ଥାନାବାବୁ। ସମସ୍ୟା ଓ ଅଭିଯୋଗକୁ ଶୁଣିବା ସହିତ ସହାୟତା ପ୍ରଦାନ କରିବେ। ଲିଖିତ ଅଭିଯୋଗ କଲେ ଆଇନ ଅନୁଯାୟୀ ତୁରନ୍ତ ପଦକ୍ଷେପ ନେବେ। ମୌଖିକ ଅଭିଯୋଗ କଲେ ମଧ୍ୟ ଏଫଆଇଆର କରିବେ। ଅଭିଯୋଗକାରୀଙ୍କ ହସ୍ତାକ୍ଷର ନେଇ ଆଇନଗତ ପ୍ରକ୍ରିୟା ଆରମ୍ଭ କରିବେ। ଡ୍ୟୁଟିରେ ଥିବା ସେନା ଅଧିକାରୀଙ୍କୁ ଗିରଫ କରିପାରିବନି ପୋଲିସ। ସେନା ଅଧିକାରୀଙ୍କ ଗିରଫ ପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ବାଧ୍ୟତାମୂଳକ।

ଏଥିପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟର ସ୍ବତନ୍ତ୍ର ଗାଇଡଲାଇନ ରହିଛି। ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିଲେ ଗିରଫ ପାଇଁ ଅନୁମତି ମାଗିବ ପୋଲିସ। ନିକଟସ୍ଥ ଷ୍ଟେସନ କମାଣ୍ଡରଙ୍କ ଅନୁମତି ଲୋଡିବ ପୋଲିସ। ମେଜର ଜେନେରାଲ କିମ୍ବା ତଦୁର୍ଦ୍ଧ ର଼୍ୟାଙ୍କର ଅଫିସର ଅନୁମତି ଦେବେ। ଅନୁମତି ନ ମିଳିଲେ ମିଲିଟାରୀ ପୋଲିସକୁ ହସ୍ତାନ୍ତର ବାଧ୍ୟତାମୂଳକ। ବଳାତ୍କାର, ହତ୍ୟା ଓ ଅପହରଣ ଭଳି ମାମଲାରେ ଗିରଫ କରିପାରିବ ପୋଲିସ। କଷ୍ଟୋଡିରେ ଯବାନଙ୍କୁ ଦୁର୍ବ୍ୟବହାର କିମ୍ବା ମାଡ ମାରିପାରିବ ନାହିଁ ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri