ଥାନାରେ କେମିତି ବ୍ୟବହାର କରିବେ ପୋଲିସ ବାବୁ, ଏସଓପି ଆଣିଲେ ରାଜ୍ୟ ସରକାର

Featured Video Play Icon

ଭୁବନେଶ୍ୱର,୧୨।୧୧: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର ସେନେଇ ରାଜ୍ୟ ସରକାର ସୱତନ୍ତ୍ର ଏସଓପି ଆଣିଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେପଟେ ୩୧ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ କୋର୍ଟଙ୍କୁ ଜଣାଇଛନ୍ତି ଆଡଭୋକେଟ ଜେନେରାଲ। ଆସନ୍ତା ମଙ୍ଗଳବାର ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରାଯାଇଛି।

ଏସଓପି ଅନୁସାରେ, ସେନା ଅଧିକାରୀ ଥାନାକୁ ଆସିଲେ ଭଲ ବ୍ୟବହାର କରିବେ ଥାନାବାବୁ। ସମସ୍ୟା ଓ ଅଭିଯୋଗକୁ ଶୁଣିବା ସହିତ ସହାୟତା ପ୍ରଦାନ କରିବେ। ଲିଖିତ ଅଭିଯୋଗ କଲେ ଆଇନ ଅନୁଯାୟୀ ତୁରନ୍ତ ପଦକ୍ଷେପ ନେବେ। ମୌଖିକ ଅଭିଯୋଗ କଲେ ମଧ୍ୟ ଏଫଆଇଆର କରିବେ। ଅଭିଯୋଗକାରୀଙ୍କ ହସ୍ତାକ୍ଷର ନେଇ ଆଇନଗତ ପ୍ରକ୍ରିୟା ଆରମ୍ଭ କରିବେ। ଡ୍ୟୁଟିରେ ଥିବା ସେନା ଅଧିକାରୀଙ୍କୁ ଗିରଫ କରିପାରିବନି ପୋଲିସ। ସେନା ଅଧିକାରୀଙ୍କ ଗିରଫ ପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ବାଧ୍ୟତାମୂଳକ।

ଏଥିପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟର ସ୍ବତନ୍ତ୍ର ଗାଇଡଲାଇନ ରହିଛି। ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିଲେ ଗିରଫ ପାଇଁ ଅନୁମତି ମାଗିବ ପୋଲିସ। ନିକଟସ୍ଥ ଷ୍ଟେସନ କମାଣ୍ଡରଙ୍କ ଅନୁମତି ଲୋଡିବ ପୋଲିସ। ମେଜର ଜେନେରାଲ କିମ୍ବା ତଦୁର୍ଦ୍ଧ ର଼୍ୟାଙ୍କର ଅଫିସର ଅନୁମତି ଦେବେ। ଅନୁମତି ନ ମିଳିଲେ ମିଲିଟାରୀ ପୋଲିସକୁ ହସ୍ତାନ୍ତର ବାଧ୍ୟତାମୂଳକ। ବଳାତ୍କାର, ହତ୍ୟା ଓ ଅପହରଣ ଭଳି ମାମଲାରେ ଗିରଫ କରିପାରିବ ପୋଲିସ। କଷ୍ଟୋଡିରେ ଯବାନଙ୍କୁ ଦୁର୍ବ୍ୟବହାର କିମ୍ବା ମାଡ ମାରିପାରିବ ନାହିଁ ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri