କେମିତି ସୁର ରାଉତରାୟଙ୍କୁ ପୁଅଙ୍କୁ ହରାଇବେ ଅପରାଜିତା: ପ୍ଲାନ୍‌ ବିଷୟରେ ଖୋଲାଖୋଲି କହିଲେ

ଭୁବନେଶ୍ୱର,୭।୪: ଆଗାମୀ ଲୋକ ସଭା ନିର୍ବାଚନରେ ଭୁବନେଶ୍ୱର ଆସନ ହଟ୍‌ସିଟ୍‌ରେ ପରିଣତ ହୋଇଛି। ଏଠାରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଏବଂ ବିଜେଡି ପ୍ରାର୍ଥୀ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେବ। ଲଗାଥର ଦ୍ୱିତୀୟଥର ବିଜୟ ହାସଲ ପାଇଁ ସମସ୍ତ ଚେଷ୍ଟା ଚଳାଇଛନ୍ତି ଅପରାଜିତା। ସେପଟେ ପୁଅକୁ ଜିତାଇବା ପାଇଁ ଲାଗିପଡିଛନ୍ତି ସୁର।
ଭୁବନେଶ୍ୱରସ୍ଥିତ ଆନନ୍ଦ ବନରେ ନିର୍ବାଚନୀ ପ୍ରଚାର ସମୟରେ ଅପରାଜିତା କହିଛନ୍ତି, ଏଥର ମୋ ପାଇଁ ଜନତା ନିର୍ବାଚନ ଲଢ଼ୁଛନ୍ତି। ପ୍ରତ୍ୟେକ ଜାଗାରେ ପ୍ରତ୍ୟେକ ବର୍ଗର ଲୋକ ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ମୋ ପାଇଁ ନିର୍ବାଚନ ପ୍ରଚାର କରୁଛନ୍ତି। ବିଗତ ୫ ବର୍ଷର ଏହା ହେଉଛି ମୋର ଉପଲବ୍ଧି। ଆଶା କରୁଛି ଜନତା ମୋତେ ଏଥର ସେମିତି ଭଲପାଇବା ଦେବେ।
ସୂଚନାଯୋଗ୍ୟ, ଆଜିକାଲି ଅପରାଜିତା ପାର୍କ ବୁଲିବା ସହ ସାଧାରଣ ଲୋକଙ୍କ ସଙ୍ଗେ କଥା ହୋଇ ଅଞ୍ଚଳର ସମସ୍ୟା ନେଇ ମଧ୍ୟ ଆଲୋଚନା କରୁଛନ୍ତି । ଏମିତିକି ସାଧାରଣ ଜନତାଙ୍କ ସହ ମିଶି ନାଚିଥିବା ଦେଖିବାକୁ ମିଳିଛି। ଜଣେ ଏମ୍‌ପି ଭାବରେ ବିଗତ ୫ ବର୍ଷରେ କଣ ସବୁ ଉନ୍ନତି ବା ବିକାଶ ମୂଳକ କାର୍ଯ୍ୟ କରିଛି ତାର ରିପୋର୍ଟ କାର୍ଡ ପ୍ରସ୍ତୁତ କରି ଲୋକଙ୍କୁ ବଣ୍ଟା ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri