କେମିତି ସୁର ରାଉତରାୟଙ୍କୁ ପୁଅଙ୍କୁ ହରାଇବେ ଅପରାଜିତା: ପ୍ଲାନ୍‌ ବିଷୟରେ ଖୋଲାଖୋଲି କହିଲେ

ଭୁବନେଶ୍ୱର,୭।୪: ଆଗାମୀ ଲୋକ ସଭା ନିର୍ବାଚନରେ ଭୁବନେଶ୍ୱର ଆସନ ହଟ୍‌ସିଟ୍‌ରେ ପରିଣତ ହୋଇଛି। ଏଠାରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଏବଂ ବିଜେଡି ପ୍ରାର୍ଥୀ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେବ। ଲଗାଥର ଦ୍ୱିତୀୟଥର ବିଜୟ ହାସଲ ପାଇଁ ସମସ୍ତ ଚେଷ୍ଟା ଚଳାଇଛନ୍ତି ଅପରାଜିତା। ସେପଟେ ପୁଅକୁ ଜିତାଇବା ପାଇଁ ଲାଗିପଡିଛନ୍ତି ସୁର।
ଭୁବନେଶ୍ୱରସ୍ଥିତ ଆନନ୍ଦ ବନରେ ନିର୍ବାଚନୀ ପ୍ରଚାର ସମୟରେ ଅପରାଜିତା କହିଛନ୍ତି, ଏଥର ମୋ ପାଇଁ ଜନତା ନିର୍ବାଚନ ଲଢ଼ୁଛନ୍ତି। ପ୍ରତ୍ୟେକ ଜାଗାରେ ପ୍ରତ୍ୟେକ ବର୍ଗର ଲୋକ ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ମୋ ପାଇଁ ନିର୍ବାଚନ ପ୍ରଚାର କରୁଛନ୍ତି। ବିଗତ ୫ ବର୍ଷର ଏହା ହେଉଛି ମୋର ଉପଲବ୍ଧି। ଆଶା କରୁଛି ଜନତା ମୋତେ ଏଥର ସେମିତି ଭଲପାଇବା ଦେବେ।
ସୂଚନାଯୋଗ୍ୟ, ଆଜିକାଲି ଅପରାଜିତା ପାର୍କ ବୁଲିବା ସହ ସାଧାରଣ ଲୋକଙ୍କ ସଙ୍ଗେ କଥା ହୋଇ ଅଞ୍ଚଳର ସମସ୍ୟା ନେଇ ମଧ୍ୟ ଆଲୋଚନା କରୁଛନ୍ତି । ଏମିତିକି ସାଧାରଣ ଜନତାଙ୍କ ସହ ମିଶି ନାଚିଥିବା ଦେଖିବାକୁ ମିଳିଛି। ଜଣେ ଏମ୍‌ପି ଭାବରେ ବିଗତ ୫ ବର୍ଷରେ କଣ ସବୁ ଉନ୍ନତି ବା ବିକାଶ ମୂଳକ କାର୍ଯ୍ୟ କରିଛି ତାର ରିପୋର୍ଟ କାର୍ଡ ପ୍ରସ୍ତୁତ କରି ଲୋକଙ୍କୁ ବଣ୍ଟା ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri