ସକାଳୁ ସକାଳୁ କେମିତି ହତ୍ୟାକାଣ୍ଡ ରଚିଥିଲେ ଅପରାଧୀ, ସାମ୍ନାକୁ ଆସିଲା ଭିଡିଓ…

Featured Video Play Icon

ଭୁବନେଶ୍ବର,୧।୮: ରସୁଲଗଡ଼ ହତ୍ୟାକାଣ୍ଡ ଘଟଣାରେ ଭିଡିଓ ସାମ୍ନାକୁ ଆସଛି । ଭିଡିଓରେ ୨ ଅଭିଯୁକ୍ତ କେମିତି ବାଇକ୍‌ରେ ଆସି ହତ୍ୟା କରୁଛନ୍ତି ତାହା ଦେଖିବାକୁ ମିଳୁଛି। ପରେ ବାଇକ୍‌ରେ ପଳାଉଛନ୍ତି । ଭିଡିଓରେ ୨ ଅଭିଯୁକ୍ତ ବାଇକରେ ଆସି ବ୍ୟାଗରୁ ଏକ ଖଣ୍ଡା ବାହାର କରୁଛନ୍ତି । ଆଉ ସହଦେବ ନାୟକଙ୍କୁ ଆକ୍ରମଣ କରୁଛନ୍ତି। ପରେ ପୁଣି ବାଇ୍‌କରେ ବସି ଘଟଣାସ୍ଥଳରୁ ଫେରାର ହୋଇଯାଉଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୁଧବାର ବୀଭତ୍ସ ହତ୍ୟା କରାଯାଇଛି। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଛି।

ମୃତକ ହେଲେ କେଦାରପଲ୍ଲି ଅଞ୍ଚଳର ସହଦେବ ନାୟକ । ସେ ସଫେଇ କର୍ମଚାରୀ କଂଘର ସଭାପତି ଥିଲେ । ଆଜି ସକାଳୁ ଝିଅକୁ ସ୍କୁଲରେ ଛାଡି ସ୍କୁଟରରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି । ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ ।

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ପତ୍ନୀଙ୍କ ସାଂଘାତିକ ଅଭିଯୋଗ। ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଛନ୍ତି ସହଦେବ ନାୟକଙ୍କ ପତ୍ନୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଛନ୍ତି। ସକାଳୁ ଝିଅକୁ ସ୍କୁଲ ଛାଡିବାକୁ ବାହାରିଥିଲେ ସହଦେବ। ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri