Posted inଜାତୀୟ

କେମିତି ହେଲା ବିମାନ ଦୁର୍ଘଟଣା: ଏୟାର ଇଣ୍ଡିଆର ଆସିଲା ପ୍ରଥମ ବୟାନ

ଅହମ୍ମଦାବାଦ,୧୨।୬:ଗୁଜରାଟର ଅହମ୍ମଦାବାଦ ବିମାନବନ୍ଦର ନିକଟବର୍ତ୍ତୀ ମେଘନାନୀ ନଗର ଅଞ୍ଚଳରେ ଗୁରୁବାର ଅପରାହ୍ନରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ସମ୍ପର୍କରେ ଏୟାର ଇଣ୍ଡିଆର ପ୍ରଥମ ବୟାନ ଆସିଛି। ଏୟାର ଇଣ୍ଡିଆର ଜଣେ ମୁଖପାତ୍ର କହିଛନ୍ତି, ଅହମ୍ମଦାବାଦ-ଲଣ୍ଡନ ଉଡ଼ାଣ କରୁଥିବା ବିମାନ AI171 ଆଜି, ୧୨ ଜୁନ ୨୦୨୫ରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ସମୟରେ, ଆମେ ବିବରଣୀ ଯାଞ୍ଚ କରୁଛୁ ଏବଂ ଯଥାଶୀଘ୍ର ଅଧିକ ସୂଚନା ଶେୟାର କରିବୁ। ଟେକ୍‌ଓଭର୍‌ବେଳେ ଏହି ଦୁର୍ଘଟଣା ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ଦୁର୍ଘଟଣା ସମ୍ପର୍କରେ ଅଗ୍ନିଶମ ଅଧିକାରୀ ଜୟେଶ ଖାଡିଆ କହିଛନ୍ତି, ବିମାନଟି ଖସିପଡ଼ିବା ପରେ ଏଥିରେ ନିଆଁ ଲାଗିଯାଇଥିଲା ଏବଂ ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳକୁ ଅଗ୍ନିଶମ ଗାଡ଼ି ପଠାଯାଇଛି। ଅହମ୍ମଦାବାଦ ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ବିମାନଟି ବିମାନବନ୍ଦର ନିକଟବର୍ତ୍ତୀ ମେଘନାନୀ ନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି।

ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏହି ମର୍ମନ୍ତୁଦ ଦୁର୍ଘଟଣା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘଟିଛି। ତଥାପି, ବିମାନଟି ବିମାନବନ୍ଦର ସୀମା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି। ସାମ୍ନାକୁ ଆସିଥିବା ପ୍ରାରମ୍ଭିକ ଚିତ୍ରରେ ବିମାନଟି ଖଣ୍ଡ ଖଣ୍ଡ ହୋଇଯାଇଥିବା ଦେଖାଯାଉଛି। ଉଦ୍ଧାର କାର୍ଯ୍ୟ ଚାଲିଛି।

ଚିତ୍ରରେ ଦେଖାଯାଉଛି ଯେ, ବିମାନର ଗୋଟିଏ ଡେଣା ଭାଙ୍ଗି ପଡ଼ିଛି। ଅଗ୍ନିଶମ କର୍ମଚାରୀମାନେ ପାଣି ସିଞ୍ଚନ କରି ନିଆଁକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ନିଆଁକୁ କିଛି ପରିମାଣରେ ନିୟନ୍ତ୍ରଣ କରାଯାଇଛି। ବିମାନଟି ବିମାନବନ୍ଦରରେ ଅବତରଣ କରୁଥିଲା କି ଉଡ଼ାଣ ଭରୁଥିଲା ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ବିମାନଟି ଏୟାର ଇଣ୍ଡିଆର ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri