କାଟିଲେ ୨୦୦, ଦାଖଲ ହେଲା ୧୦୦ ଟଙ୍କା

କଟକ ଅଫିସ,୧୬ା୧: ୨୦୨୦ କରୋନା ମହାମାରୀ ସମୟରେ ପୋଲିସ କିପରି ଲୋକଙ୍କୁ ଲୁଟୁଥିଲା, ତାହା ପଦାକୁ ଆସିଛି। ଜନକ ଯୁବକଙ୍କଠାରୁ ଚାଉଳିଆଗଞ୍ଜ ଥାନାର ଜଣେ ଏଏସ୍‌ଆଇ ୨୦୦ ଟଙ୍କା ଫାଇନ ବାବଦକୁ ଆଦାୟ କରିଥିବାବେଳେ ତାଙ୍କୁ ୨୦୦ ଟଙ୍କାର ରସିଦ୍‌ ଦେଇଥିଲେ। କିନ୍ତୁ କମିଶନରେଟ୍‌ ପୋଲିସରେ ୧୦୦ଟଙ୍କା ଦାଖଲ ହୋଇଛି। ଏ ନେଇ ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରୁ ଜଣାପଡିଛି। ଏ ସମ୍ପର୍କରେ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ପ୍ରାଥମିକ ତଦନ୍ତରୁ ଏଥିରେ ସତ୍ୟତା ଥିବା ପ୍ରମାଣିତ ହୋଇଥିଲା। ପରେ ଅଗ୍ରହଣୀୟ ଭୁଲ୍‌ କରିଥିବାରୁ ସମ୍ପୃକ୍ତ ଏଏସ୍‌ଆଇଙ୍କ ବିରୋଧରେ ବିଭାଗୀୟ ପ୍ରୋସିଡିଂ ଆରମ୍ଭ ହୋଇଛି। ଏହି ମାମଲାର ଶୁଣାଣି ଆସନ୍ତା ମାର୍ଚ୍ଚ ୪ରେ କରିବା ପାଇଁ ଲୋକାୟୁକ୍ତ ଦିନଧାର୍ଯ୍ୟ କରିଛନ୍ତି। ପ୍ରାଥମିକ ରିପୋର୍ଟ ଆଧାରରେ ଡିଜିପି ଓ ଗୃହ ବିଭାଗ ମନ୍ତ୍ରୀଙ୍କୁ ଆସନ୍ତା ଶୁଣାଣି ଦିନ ନିଜର ପକ୍ଷ ରଖିବାକୁ ଲୋକାୟୁକ୍ତ କହିଛନ୍ତି। ସମ୍ପୃକ୍ତ ଏଏସ୍‌ଆଇଙ୍କୁ ସ୍ପଷ୍ଟୀକରଣ ମଗାଯିବା ସହ ପରବର୍ତ୍ତୀ ଶୁଣାଣିରେ ଉପସ୍ଥିତ ରହିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୨୦ ଜୁଲାଇରେ କରୋନା ଯୋଗୁ ସାଧାରଣ ଯାତାୟାତ ଉପରେ କଟକଣା ରହିଥିଲା। ଜରୁରିକାଳୀନ ସ୍ଥିତିରେ ଯେଉଁମାନେ ଯାତାୟତ କରିବେ, ସେମାନେ ପୋଲିସର ଅନୁମତି ନେବାକୁ ନିର୍ଦ୍ଦେଶ ରହିଥିଲା। ଉକ୍ତ ମାସ ୨୦ ତାରିଖରେ କଟକ ନୂଆବଜାରରେ ରହୁଥିବା ମାନବାଧିକାର କର୍ମୀ ସୁଜିତ୍‌ ସାହୁ ବ୍ୟକ୍ତିଗତ କାର୍ଯ୍ୟରେ କଲେଜଛକ ଆସୁଥିଲେ। ନୂଆବଜାର ଓଭରବ୍ରିଜ ନିକଟରେ ଚାଉଳିଆଗଞ୍ଜ ଥାନାର ସମ୍ପୃକ୍ତ ଏଏସ୍‌ଆଇ ସୁଜିତଙ୍କୁ ଅଟକାଇଥିଲେ। କରୋନା କଟକଣା ଉଲ୍ଲଂଘନ ଅଭିଯୋଗରେ ୫୦୦ ଟଙ୍କା ଜରିମାନା ଦେବାକୁ କହିଥିଲେ। ତେବେ ତାଙ୍କ ନିକଟରେ ୨୦୦ ଟଙ୍କା ଅଛି ବୋଲି ସୁଜିତ୍‌ କହିଥିଲେ। ପରେ ତାଙ୍କୁ ୨୦୦ ଟଙ୍କାର ରସିଦ୍‌ ଦିଆଯାଇଥିଲା। ତାଙ୍କର ସନ୍ଦେହ ହେବାରୁ କମିଶନରେଟ୍‌ ପୋଲିସକୁ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଥିଲେ। ଉକ୍ତ ତଥ୍ୟରେ ସମାନ ରସିଦ ନମ୍ବର କିନ୍ତୁ ୨୦୦ ଟଙ୍କା ବଦଳରେ ୧୦୦ ଟଙ୍କା ଲେଖାଯାଇଥିଲା। ଏନେଇ ସୁଜିତ୍‌ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri