ଅଲ କାଏଦା ମୁଖ୍ୟଙ୍କ ମୃତ୍ୟୁ ସମ୍ପର୍କରେ ଭାରତ ପାଖରେ ରହିଥିଲା ସୂଚନା!

ନୂଆଦିଲ୍ଲୀ/ୱାଶିଂଟନ,୨ ।୮: କାବୁଲରେ ଆମେରିକାର ଡ୍ରୋନ ଆକ୍ରମଣରେ ଆତଙ୍କବାଦୀ ସଙ୍ଗଠନ ଅଲ କାଏଦା ମୁଖ୍ୟ ଅଲ-ଜବାହିରିଙ୍କ ମୃତ୍ୟୁ ହୋଇଛି । ଗୋଟିଏ ପଟେ ଏହି ଅପରେଶନରେ ଆମରିକାରକୁ ଆତଙ୍କବାଦ ବିରୋଧରେ ବଡ ସଫଳତା ମିଳିଥିବା ବେଳେ ଅନ୍ୟପଟେ ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛିକି ଏହି ଅପରେଶନ ସମ୍ପର୍କରେ ପୂର୍ବରୁ ଭାରତକୁ ସୂଚନା ମିଳିଥିଲା । ମିଳିଥିବା ସୂଚନା ଅନୁଯାୟୀ, ଏହି ଆକ୍ରମଣ ସମ୍ପର୍କରେ ୩୧ ଜୁଲାଇରୁ ଭାରତ ନିକଟରେ ସୂଚନା ରହିଥିଲା । ହେଲେ ଏହା ଘୋଷଣା କରିବା ଲାଗି ଭାରତ ଆମେରିକା ପକ୍ଷରୁ ଔପଚାରିକ ଘୋଷଣାକୁ ଅପେକ୍ଷା କରିଥିଲା ।
ସୂଚନାଯୋଗ୍ୟ. ଅଗଷ୍ଟ ୧ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦାବି କରିଥିଲେ କି ଆଫଗାନିସ୍ତାନର ରାଜଧାନୀ କାବୁଲରେ ରବିବାର ସକାଳ ୬ଟା ୧୮ ମିନିଟରେ ଏକ ଏୟାର ଷ୍ଟ୍ରାଇକ ସମୟରେ ଅଲ କାଏଦା ମୁଖ୍ୟ ଅଲ-ଜବାହିରିଙ୍କ ମୃତ୍ୟୁ ହୋଇଛି । ଟେଲିଭିଜନରେ ସମ୍ବୋଧନ ଦେବା ଅବସରରେ ବାଇଡେନ କହିଥିଲେ, ନ୍ୟାୟ ହୋଇଛି ଓ ଆତଙ୍କବାଦୀ ଆଉ ଜୀବିତ ନାହାନ୍ତି ।
ଅନ୍ୟପଟେ ଆମେରିକାର ଏହି ଆକ୍ରମଣକୁ ଆଫଗାନିସ୍ତାନର ତାଲିବାନ ସରକାର କଡା ନିନ୍ଦା କରିଛନ୍ତି । ଆଫଗାନିସ୍ତାନର ତାଲିବାନ ସରକାରଙ୍କ ପ୍ରବକ୍ତା ଜବିଉଲ୍ଲାହ ମୁଜାହିଦ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ ଆମେରିକା ଆକ୍ରମଣର ଆଲୋଚନା କରିଛନ୍ତି । ଏହାସହ ଆମେରିକା ଅନ୍ତରାଷ୍ଟ୍ରୀୟ ମାନଦଣ୍ଡ ଓ ଦୋହା ଚୁକ୍ତିର ଉଲ୍ଲଂଘନ କରିଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri