Ayushman Card: ଆୟୁଷ୍ମାନ କାର୍ଡ ପାଇଁ ଅନଲାଇନରେ କେମିତି କରିବେ ଆବେଦନ, କେଉଁମାନଙ୍କୁ ମିଳିବ ଲାଭ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରୁଛି। ଏହି କାର୍ଡ ମାଧ୍ୟମରେ ଆପଣ ବର୍ଷକୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ପାଇପାରିବେ, ଯେଉଁଥିରେ କ୍ୟାନସର ଭଳି ଗୁରୁତର ରୋଗର ଚିକିତ୍ସା ମଧ୍ୟ ଅନ୍ତର୍ଭୁକ୍ତ। ଓଡ଼ିଶାରେ ଏହି ଯୋଜନା ଆଜିଠାରୁ ଆରମ୍ଭ ହୋଇଛି। ଏହା ସହିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ମଧ୍ୟ ଏହା ସଂଯୋଜିତ ହୋଇଛି। ତେବେ ଏହି କାର୍ଡକୁ କିପରି ଅବେଦନ କରିବେ ଆସନ୍ତୁ ଜାଣିବା…

How To Apply For Ayushman Card ଆୟୁଷ୍ମାନ କାର୍ଡ ପାଇଁ ଆବେଦନ ପ୍ରକ୍ରିୟା:
ଆୟୁଷ୍ମାନ ଭାରତ ଯୋଜନାରେ ସାମାଜିକ-ଆର୍ଥିକ ଜନଗଣନା (SECC 2011) ଆଧାରରେ ପରିବାରମାନଙ୍କୁ ଚିହ୍ନଟ କରାଯାଇଛି। ଆପଣଙ୍କ ପରିବାର ଏହି ତାଲିକାରେ ଅଛି କି ନାହିଁ, ତାହା ଯାଞ୍ଚ କରିବା ପାଇଁ ଆପଣ ଆୟୁଷ୍ମାନ ଭାରତର ଅଫିସିଆଲ ଓ୍ବେବସାଇଟ www.pmjay.gov.in କିମ୍ବା ନିକଟସ୍ଥ ସାଧାରଣ ସେବା କେନ୍ଦ୍ର (CSC) ଭିଜିଟ କରିପାରିବେ। ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କମାନେ ମଧ୍ୟ ଏହି ଯୋଜନାରେ ସାମିଲ ହୋଇପାରିବେ।

How To Apply For Ayushman Card ଏଥିରେ ଆବଶ୍ୟକ ହେଉଥିବା ଡକ୍ୟୁମେଣ୍ଟଗୁଡିକ ହେଲା ଆଧାର କାର୍ଡ, ରାଶନ କାର୍ଡ, ଆୟ ପ୍ରମାଣପତ୍ର (ଯଦି ଆବଶ୍ୟକ ହୁଏ), ମୋବାଇଲ ନମ୍ବର, ପରିବାରର ସଦସ୍ୟଙ୍କ ବିବରଣୀ।

କେମିତି କରିବେ ଅନଲାଇନ ଆବେଦନ:
How To Apply For Ayushman Card ଆୟୁଷ୍ମାନ ଆପ ଡାଉନଲୋଡ କରନ୍ତୁ କିମ୍ବା www.pmjay.gov.in ଓ୍ବେବସାଇଟ ଭିଜିଟ କରନ୍ତୁ। ମୋବାଇଲ ନମ୍ବର ବ୍ୟବହାର କରି ରେଜିଷ୍ଟର କରନ୍ତୁ ଏବଂ ଆଧାର ନମ୍ବର ଯୋଗ କରନ୍ତୁ। ଆବେଦନ ଫର୍ମରେ ପରିବାରର ବିବରଣୀ ପୂରଣ କରନ୍ତୁ ଏବଂ ଆବଶ୍ୟକ ଡକ୍ୟୁମେଣ୍ଟ ଅପଲୋଡ କରନ୍ତୁ। ଆବେଦନ ଯାଞ୍ଚ ହେବା ପରେ, ଆପଣଙ୍କୁ ଇ-କାର୍ଡ ଡାଉନଲୋଡ କରିବାର ସୁବିଧା ମିଳିବ।

ଅଫଲାଇନ ଆବେଦନ:
How To Apply For Ayushman Card ନିକଟସ୍ଥ ସାଧାରଣ ସେବା କେନ୍ଦ୍ର (CSC), ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର, କିମ୍ବା ସରକାରୀ ହସ୍ପିଟାଲରେ ଯାଇ ଆବେଦନ କରିପାରିବେ। ସେଠାରେ ଥିବା କର୍ମଚାରୀ ଆପଣଙ୍କ ଡକ୍ୟୁମେଣ୍ଟ ଯାଞ୍ଚ କରି ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବେ। ଯାଞ୍ଚ ପରେ ଆପଣଙ୍କୁ ଆୟୁଷ୍ମାନ କାର୍ଡ ମିଳିପାରିବ। ଆବେଦନ ଯାଞ୍ଚ ପରେ, ଯୋଗ୍ୟ ଆବେଦନକାରୀଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ କରାଯିବ। ଏହି କାର୍ଡ ସହିତ ଆପଣ ଯୋଜନା ଅଧୀନରେ ଥିବା ସରକାରୀ ଓ ଘରୋଇ ହସ୍ପିଟାଲରେ ମାଗଣା ଚିକିତ୍ସା ପାଇପାରିବେ।

How To Apply For Ayushman Card ଓଡ଼ିଶାରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ ୧.୦୩ କୋଟି ପରିବାରର ୩.୪୬ କୋଟି ଲୋକଙ୍କୁ ଉପକୃତ କରିବ। ଆଗାମୀ ୩ ମାସ ମଧ୍ୟରେ ସମସ୍ତ ଯୋଗ୍ୟ ପରିବାରଙ୍କୁ କାର୍ଡ ବଣ୍ଟନ କରିବାର ଲକ୍ଷ୍ୟ ରହିଛି। ପୁରୁଣା କାର୍ଡ କିମ୍ବା ଆଧାର କାର୍ଡ ବ୍ୟବହାର କରି ନୂଆ କାର୍ଡ ମିଳିବା ପର୍ଯ୍ୟନ୍ତ ସୁବିଧା ଉଠାଇ ପାରିବେ।

ଆୟୁଷ୍ମାନ କାର୍ଡ ମାଧ୍ୟମରେ ଆପଣ କ୍ୟାସଲେସ ଚିକିତ୍ସା ସୁବିଧା ପାଇପାରିବେ। ଏହା ଔଷଧ, ଡାଇଗ୍ନୋଷ୍ଟିକ, ଅସ୍ତ୍ରୋପଚାର ଏବଂ ହସ୍ପିଟାଲ ଖର୍ଚ୍ଚ ଆଦି ସମେତ ଅନେକ ସେବା ପ୍ରଦାନ କରୁଛି। ଓଡ଼ିଶାରେ ଏହି ଯୋଜନା ସ୍ବାସ୍ଥ୍ୟ ସେବାକୁ ଅଧିକ ସୁଲଭ କରିବାରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ହେବ। ଯଦି ଆପଣ ଏହି ଯୋଜନାରେ ସାମିଲ ହେବାକୁ ଚାହୁଁଛନ୍ତି, ତେବେ ତୁରନ୍ତ ଯୋଗ୍ୟତା ଯାଞ୍ଚ କରି ଆବେଦନ କରନ୍ତୁ। ଅଧିକ ସୂଚନା ପାଇଁ ଆୟୁଷ୍ମାନ ଭାରତର ହେଲ୍ପଲାଇନ ନମ୍ବର ୧୪୫୫୫ କିମ୍ବା ୧୮୦୦-୧୮୦-୦୪୪୪ରେ ଯୋଗାଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri