ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଆସନ୍ତୁ ଏହି ଯୋଜନାର ଲାଭ ପାଇବା ପାଇଁ କିପରି ଆବେଦନ କରିବେ।

ସରକାର ପ୍ରକାଶ କରିଥିବା ବିସ୍ତୃତ ଏସଓପିରେ ସୁଭଦ୍ରା ଯୋଜନା ପାଇଁ କିଭଳି ଆବେଦନ କରିବେ ସେନେଇ ସୂଚନା ଦେଇଛନ୍ତି। ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀମାନେ ଆବେଦନ କରିପାରିବେ। ଏଥିସହିତ ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ରରେ ମଧ୍ୟ ଆବେଦନ କରିହେବ। ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ, ଯେଉଁଥିରେ ଲୋକେ ଆବେଦନ କରିବେ। ସେହିପରି ଯୋଜନା ସମ୍ପର୍କିତ ସୂଚନା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।

ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମଧ୍ୟ ସହାୟତା ମିଳିବନି। ଏପରିକି ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମଧ୍ୟ ସୁଭଦ୍ରା ଯୋଜନାରେ ସହାୟତା ମିଳିବନି। ଏହାର କାର୍ଯ୍ୟକାରିତା ତଦାରଖ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ସୋସାଇଟି ଗଠନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri