କେମିତି ସାଇବର ଠକେଇରୁ ଦୂରେଇ ରହିବେ: ଲୋକଙ୍କୁ ସଚେତନ କଲା ପୋଲିସ

ପୁରୁଷୋତ୍ତମପୁର,୪।୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ସାଇବର ଅପରାଧଜନିତ ସଚ୍ଚେତନତା କାର୍ଯ୍ୟକ୍ରମ ଆଇଆଇସି ରାଜେଶକୁମାର ନାୟକଙ୍କ ସଂଯୋଜନାରେ ମଙ୍ଗଳବାର ତାରାତାରିଣୀ କଲେଜପରିଷରରେ ଅନୁଷ୍ଟିତ ହୋଇଯାଇଛି। ଏହି ଅବସରରେ ସଚେତନତା ରଥକୁ ଛାତ୍ରୀଛାତ୍ରମାନେ ସମ୍ବର୍ଦ୍ଧନା ଦେଇ ବିରାଟ ଶୋଭାଯାତ୍ରାରେ ସଭାସ୍ଥଳକୁ ପାଛୋଟି ଆଣିଥିଲେ।
ଏଥିରେ ପୁରୁଷୋତ୍ତମପୁର ଏସଡିପିଓ ସୁଜିତ କୁମାର ନାୟକ ପୌରହିତ୍ୟ କରି ସମାଜରେ ଘଟୁଥିବା ସାଇବର ଅପରାଧଯୋଗୁ କିପରି ନୀରିହ ଲୋକେ ଠକେଇର ଶିକାର ହୋଇ ସର୍ବସ୍ବାନ୍ତ ହୋଇପଡୁଛନ୍ତି ଏପରିକି ଏହି ଅପରାଧ ଯୋଗୁ ଆତ୍ମହତ୍ୟାା ଭଳିଘଟଣା ମାନ୍ଯ୍ଯଯଯ ସମାଜରେ ଘଟିଚାଲିଛି। ଏଣୁ ଏଥିରୁ ବର୍ତ୍ତିବା ସହ ନିଜ ଧନଜୀବନକୁ ସୁରକ୍ଷିତ ରଖିବା ଲାଗି ବିଭିନ୍ନ ପ୍ରକାରର ପରାମର୍ଶଦେଇ ସଚେତନତା କରିଥିବାବେଳେ ଥାନା ଆଇଆଇସି ରାଜେଶ କୁମାର ନାୟକ, ଷ୍ଟେଟ୍‌ ବ୍ୟାଙ୍କର ସହକାରୀ ଶାଖା ପରିଚାଳକ ତାପଶ କୁମାର ବାଗ, ଅବିନାସ ମାରାଣ୍ଡି, ବରିଷ୍ଠ ଓକିଲ ସ୍ବରାଜ୍ୟ ପାଣିଗ୍ରାହୀ, ଅଧ୍ୟାପିକା ନମ୍ରତା ମିଶ୍ର, ନାଇଡୁ ମୋହନ, ମିନାକ୍ଷି ଦାଶ,ଜଶବନ୍ତ ପାନ, ପ୍ରଶାଦ ବେହେରା, ଅନିଲ କୁମାର ସାହୁ, ସ୍ବାଗତିକା ଦାଶ ଯୋଗଦେଇ ସଚ୍ଚେତନତା କରି ବିଭିନ୍ନ ପରାମର୍ଶମାନ ଦେଇଥିଲେ। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ କୁଇଜ ଓ ବକୃତା ପ୍ରତିଯୋଗୀତାମାନ ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୁତ କରାଯାଇଥିଲା। ଏହାକୁ ଥାନା ଏସଆଇ ସୁଶାନ୍ତ କୁମାର ମିଶ୍ର ଓ କର୍ମଚାରୀ ମାନେ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri