କେମିତି ହେବେ ମୋଟା

ସୁନ୍ଦର ଏବଂ ସ୍ଲିମ୍‌ ଫିଗର କାହାକୁ ବା ଭଲ ନ ଲାଗେ। ହେଲେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ବି ସୁନ୍ଦରତା କମାଇଦିଏ। ଏ କ୍ଷେତ୍ରରେ ଅନେକେ ଓଜନ ବୃଦ୍ଧି କରି ସାଉଣ୍ଡ ଫିଗର ପାଇବା ଲାଗି ବିଭିନ୍ନ ଖାଦ୍ୟଠାରୁ ଆରମ୍ଭକରି ଔଷଧ ସେବନ କରିବାକୁ ବି ପଛାଇ ନ ଥାନ୍ତି; ଯାହାକି ସ୍ବାସ୍ଥ୍ୟ ପାଇଁ ହିତକର ନୁହେଁ। ତେଣୁ ପ୍ରାକୃତିକ ଉପାୟରେ ଓଜନ ବଢ଼ାଇବା ଲାଗି ଆପଣାନ୍ତୁ
କେତେକ ଉପାୟ…

ତେଲ ମସଲାଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍‌, ଫୁଡ୍‌ ସପ୍ଲିମେଣ୍ଟ, ପ୍ରୋଟିନ୍‌ ପାଉଡର ଆଦି ଖାଇଲେ ଶୀଘ୍ର ଓଜନ ବୃଦ୍ଧି ହୋଇଯିବ ଭାବି ଅନେକେ ପ୍ରତିଦିନ ଏଭଳି ଖାଦ୍ୟ ଖାଆନ୍ତି। ହେଲେ ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ତେଣୁ ସୁଷମ ଆହାର ଗ୍ରହଣ କରନ୍ତୁ। ଖାଦ୍ୟ ତାଲିକାରେ ସବୁ ପ୍ରକାର ପୌଷ୍ଟିକ ଖାଦ୍ୟକୁ ସାମିଲ କରନ୍ତୁ। ଖାଦ୍ୟରେ କ୍ୟାଲୋରି ମାତ୍ରା ବଢ଼ାନ୍ତୁ। ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଯେତେ ଅଧିକ ଗ୍ରହଣ କରିବେ ସେତେ ଶୀଘ୍ର ଲାଭ ପାଇବେ।

ଖାଦ୍ୟ, ଫଳ, ପନିପରିବା ଆଦିରେ ପର୍ଯ୍ୟାପ୍ତ ପରିମାଣରେ କାର୍ବୋହାଇଡ୍ରେଟ୍‌ ରହିଛି। ତେଣୁ ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲକଲେ ଓଜନ ବଢ଼ିବାରେ ସାହାଯ୍ୟ କରିବ।
ମଧ୍ୟରେ ଓଜନ ବଢ଼ାଇବା ଲାଗି କଦଳୀ ସବୁଠୁ ଭଲ। ପ୍ରତିଦିନ ଦୁଇଟି ପାଚିଲା କଦଳୀ ଖାଆନ୍ତୁ। ନ ହେଲେ ସକାଳୁ ଏହାର ସେକ୍‌ ପିଇପାରିବେ। କ୍ଷୀର କଦଳୀ ଚକଟି ଖାଇବା ବି ଲାଭଦାୟକ।
ବିଭିନ୍ନ ଆଇଟମ୍‌ ଖାଆନ୍ତୁ। ସେହିପରି ଆମିଷ ଖାଇବା ବି ଓଜନ ବଢ଼ାଇବାରେ ସାହାଯ୍ୟ କରିଥାଏ।
ଜଳଖିଆରେ ବ୍ରେଡ୍‌ ସହ ୨ଟି ସିଝା ଅଣ୍ଡା କିମ୍ବା ଆମ୍‌ଲେଟ୍‌ ଖାଆନ୍ତୁ। ଏହା ଖୁବ୍‌ ଶୀଘ୍ର ଆପଣଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ଆଣିବାରେ ସାହାଯ୍ୟ କରିବ।
ତାଲିକାରେ ବଟର ସାମିଲ କରନ୍ତୁ। ବିଶେଷକରି ପିନଟ୍‌ ବଟରରେ ଥିବା ମୋନୋସାଚୁରେଟେଡ୍‌ ଫ୍ୟାଟ୍‌ ଆପଣଙ୍କ ଓଜନ ଶୀଘ୍ର ବଢ଼ାଇବ।
ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଓଜନ ବଢୁଛି କି ନାହିଁ ଜାଣିବା ଲାଗି ମାସକୁ ଥରେ ମାପିବାକୁ ଭୁଲନ୍ତୁ ନାହିଁ। ନଚେତ୍‌ ଆବଶ୍ୟକରୁ ଅଧିକ ମୋଟା ହେବା ଦ୍ୱାରା ବି ଅସୁବିଧା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri