Posted inଫୁରସତ

ଉଡ଼ନ୍ତା ପ୍ଲେନ୍‌ରେ କିଭଳି ପକାଯାଏ ଇନ୍ଧନ, ଦୃଶ୍ୟ ଦେଖିଲେ ଚକିତ ହେବେ; ଭାଇରାଲ ହେଉଛି…

ସାଧାରଣତଃ ବିମାନରେ ସ୍ବତନ୍ତ୍ର ଇନ୍ଧନ ବ୍ୟବହୃତ ହୁଏ ବୋଲି ସମସ୍ତେ ଜାଣନ୍ତି। ହେଲେ କେବେ ବିମାନରେ ଏହାକୁ ପକାଯିବାର ଦୃଶ୍ୟ ଦେଖିଛନ୍ତି କି? ହୁଏତ ନା। ତେବେ ଇଣ୍ଟରନେଟ୍‌ରେ ଏବେ ଆକାଶରେ ଉଡନ୍ତା ପ୍ଲେନ୍‌ରେ ଇନ୍ଧନ ପକାଯିବାର ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓଟି ଦେଖିବା ପରେ ଅନେକେ ଚକିତ ହୋଇଯାଇଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ ଆପଣ ଦେଖିପାରିବେ ଯେ କିଭଳି ଭାବେ ଉଡନ୍ତା ପ୍ଲେନ୍‌ରେ ଇନ୍ଧନ ପଡ଼ୁଛି। ପୂର୍ବରୁ ବିମାନରେ ଇନ୍ଧନ ଭର୍ତ୍ତି କରିବା ଲାଗି ଏହାକୁ ତଳକୁ ଆଣିବାକୁ ପଡ଼ୁଥିଲା, ହେଲେ ଏବେ ଏହି କାମ ଆକାଶରେ ମଧ୍ୟ ହୋଇପାରୁଛି। ସେ ବି ବେଶ ସହଜରେ। ଭିଡିଓଟି ତାର ପ୍ରମାଣ ଯେଉଁଥିରେ ଏକ ପାଇପ୍‌ ଯୋଗେ ଇନ୍ଧନ ଭରାଯାଉଛି। ନିଶ୍ଚିତ ଭାବେ ଆପଣ ଏଭଳି ଦୃଶ୍ୟ କେବେ ଦେଖନଥିବେ।

ଟୁଇଟରରେ ଭିଡିଓଟି ଭାଇରାଲ ହେଉଥିବା ବେଳେ ବ୍ୟବହାରକାରୀ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି। ଜଣେ ବ୍ୟବହାରକାରୀ ଲେଖିଛନ୍ତି ଲାଗୁଛି ଦୁନିଆ ବେଶ ଆଗକୁ ଚାଲିଗଲାଣି। ସେହିଭଳି ଅନ୍ୟଜଣେ ଲେଖିଛନ୍ତି ସମସ୍ତଙ୍କ ପାଇଁ ଏହି ଦୃଶ୍ୟ ନିଆରା ଅନୁଭବ ଆଣିଦେବ। ଏଯାବତ ଭିଡିଓଟିକୁ ୬ ଲକ୍ଷରୁ ଅଧିକ ଲୋକ ଦେଖିଥିବା ବେଳେ ଅନେକେ ଶେୟାର କରୁଛନ୍ତି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri