କିଭଳି ହାରିବ କରୋନା,ଟିକା ନେବାର ୨ ମାସ ମଧ୍ୟରେ କମୁଛି ଆଣ୍ଟିବଡ଼ି…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୪।୯: କରୋନା ମହାମାରୀ ବିରୋଧରେ ଲଢ଼େଇ ପାଇଁ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ପ୍ରକାଶ ପାଇଥିବା ଏକ ରିପୋର୍ଟ ନେଇ ସରକାରଙ୍କ ଚିନ୍ତା ପୁଣି ବଢ଼ିବାରେ ଲାଗିଛି। ଓଡ଼ିଶାର ଭୁବନେଶ୍ୱର ସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର ଏବଂ ଆଇସିଏମ୍‌ଆର ପକ୍ଷରୁ ହୋଇଥିବା ମିଳିତ ସର୍ଭେ ରିେପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଟିକା ନେବାର ୨ ମାସ ମଧ୍ୟରେ ଶରୀରରେ ଆଣ୍ଟିବଡ଼ିସ୍ତର ହ୍ରାସ ପାଉଛି।

କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଟିକା ନେଇଥିବା ଲୋକଙ୍କ ଉପରେ ସର୍ଭେ କରାଯାଇ ଏହି ରିପୋର୍ଟ ପ୍ରସ୍ତୁୂତ କରାଯାଇଛି। ବୈଜ୍ଞାନିକ ଡ. ଦେବଦତ୍ତ ଭଟ୍ଟାଚାର୍ଯ୍ୟ ନେତୃତ୍ୱରେ ଗଠିତ ହୋଇଥିବା ଟିମ୍‌ କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଟିକା ନେଇଥିବା ୬୧୪ ଜଣଙ୍କ ଶରୀରର ଆଣ୍ଟବଡ଼ିସ୍ତର ଯାଞ୍ଚ୍‌ କରିଥିଲେ। ସେମାନଙ୍କ ମଧ୍ୟରେ ୩୦୮ ଜଣ ଅର୍ଥାତ୍‌ ୫୦.୨ ପ୍ରତିଶତ କୋଭିଶିଲ୍ଡ ଟିକା ନେଇଥିଲେ। ସେହିପରି ୩୦୬ ଜଣଙ୍କୁ ଅର୍ଥାତ୍‌ ୪୯.୮ ପ୍ରତିଶତଙ୍କୁ କୋଭାକ୍ସିନ୍‌ ଦିଆଯାଇଥିଲା।

ଟିକା ନେବାପରେ ୮୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। କୋଭାକ୍ସିନ୍‌ ନେଇଥିବା ଲୋକଙ୍କ ଶରୀରରେ ଆଣ୍ଟିବଡ଼ିସ୍ତର ୨ ମାସ ମଧ୍ୟରେ କମୁଥିବାବେଳେ କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କ ମଧ୍ୟରେ ୩ ମାସ ରହିଛି। ଟିକା ଦିଆଯିବାର ୨୪ ସପ୍ତାହ ପରେ ଲୋକଙ୍କର ଆଣ୍ଟିବଡ଼ିସ୍ତର ପରୀକ୍ଷା କରାଯାଇଥିଲା। ତେବେ ମିଳିଥିବା ରିପୋର୍ଟ ବେଶ୍‌ ଚିନ୍ତା ଜନକ ବୋଲି ଡ. ଭଟ୍ଟାଚାର୍ଯ୍ୟ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଟିକାର ଉଭୟ ଡୋଜ୍‌ ନେଇଥିବା ଲୋକଙ୍କୁ ବୁଷ୍ଟର ଦିଆଯିବା ଆବଶ୍ୟକ କି ନୁହେଁ ସେ ନେଇ ଏହି ସର୍ଭେ କରାଯାଇଥିଲା୧


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri