ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ ରବିବାର ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍‌ ପରିସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

କାର୍ଯ୍ୟକ୍ରମରେ ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ହରିଶ ବି.ସି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବରିଷ୍ଠ ନାଗରିକମାନଙ୍କୁ ସାଇବର ଠକମାନଙ୍କ ନୂତନ କୌଶଳ ସମ୍ପର୍କରେ ଅବଗତ କରାଇଥିଲେ। ସେ କହିଥିଲେ ଯେ, ଡିଜିଟାଲ ଆରେଷ୍ଟ ନାମରେ ଠକମାନେ ନିଜକୁ ପୋଲିସ, ସିବିଆଇ, ଇଡି କିମ୍ବା ଅନ୍ୟ କୌଣସି ସରକାରୀ ସଂସ୍ଥାର ଅଧିକାରୀ ଭଳି ପରିଚୟ ଦେଇ ଲୋକଙ୍କୁ ଭୟଭୀତ କରି ଅର୍ଥ ଠକୁଛନ୍ତି। ଏଭଳି ଫୋନ କଲ୍‌, ଭିଡିଓ କଲ କିମ୍ବା ଅନଲାଇନ ନିର୍ଦ୍ଦେଶରେ ବିଶ୍ୱାସ ନ କରିବାକୁ ସେ ପରାମର୍ଶ ଦେଇଥିଲେ।

ସନ୍ଦେହଜନକ କଲ କିମ୍ବା ଠକେଇର ଶିକାର ହେଲେ ତୁରନ୍ତ ନିକଟସ୍ଥ ପୋଲିସ ଥାନା ସହ ଯୋଗାଯୋଗ କରିବା ସହିତ ସାଇବର ହେଲ୍ପଲାଇନ ନମ୍ବର ୧୯୩୦ ରେ ଅଭିଯୋଗ କରିବାକୁ ଆରକ୍ଷୀ ଅଧୀକ୍ଷକ କହିଥିଲେ। ସଚେତନତା ଓ ସତର୍କତା ହିଁ ସାଇବର ଅପରାଧରୁ ସୁରକ୍ଷା ପାଇବାର ସବୁଠାରୁ ବଡ଼ ଉପାୟ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଏସ୍‌ଡିପିଓ ଚନ୍ଦନ କୁମାର ଘଡ଼ାଇ, ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ, ଗଞ୍ଜାମ ସାଇବର ଥାନା ଆଇଆଇସି ଜ୍ୟୋତି ରଞ୍ଜନ ବେହେରା ଓ ଏଏସଆଇ କିରଣ ପାତ୍ର ପ୍ରମୁଖ ଯୋଗଦେଇ ସାଇବର ସୁରକ୍ଷା ସମ୍ପର୍କିତ ବିଭିନ୍ନ ତଥ୍ୟ ପ୍ରଦାନ କରିଥିଲେ।

ଆଇନଜୀବୀ ଡଃ ପ୍ରଶାନ୍ତ କୁମାର ଶତପଥୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଛତ୍ରପୁର ଓ ଆଖପାଖ ଅଞ୍ଚଳର ବହୁ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ। ଶେଷରେ ଥାନା ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?