କେମିତି ବୃଦ୍ଧି କରିବେ ସ୍ମରଣ ଶକ୍ତି: ଆପଣାନ୍ତୁ ଏହି ଉପାୟ

ସ୍ମରଣ ଶକ୍ତି ବୃଦ୍ଧି କରିବାର ଏକ ସହଜ ତଥା ସରଳ ଉପାୟ ହାତ ପାଆନ୍ତାରେ ରହିଛି। ଯଦି ଜଣେ ବ୍ୟକ୍ତି ନିଜ ମନ ପସନ୍ଦର ଗୀତ ଶୁଣନ୍ତି ତେବେ ଏହା ତାହାର ସ୍ମରଣ ଶକ୍ତି ବୃଦ୍ଧି କରିବାରେ କେତେକାଂଶରେ ସହାୟକ ହୋଇପାରିବ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି। ‘ସ୍ମରଣ ଶକ୍ତି ଏବଂ ମନ ପସନ୍ଦର ଗୀତ ଶୁଣିବା’ ବିଷୟ ଉପରେ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ନିୟମିତ ସେମାନଙ୍କର ମନ ପସନ୍ଦର ଗୀତ ଶୁଣିବାକୁ ପରାମର୍ଶ ଦିଆଯାଇଥିଲା। ତା’ ସହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ସ୍ମରଣ ଶକ୍ତି ଉପରେ ପଡୁଛି ତାହାକୁ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ତର୍ଜମା କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତ ବ୍ୟକ୍ତିଙ୍କର ସ୍ମରଣ ଶକ୍ତି ପୂର୍ବାପେକ୍ଷା ଦୃଢ଼ ହେଉଥିବାର ଜଣାପଡିଥିଲା ବୋଲି ହୋଇଥିବା ଏକ ପରୀକ୍ଷଣରୁ ଜଣାପଡିଥିଲା ବୋଲି ପ୍ରକାଶିତ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତା’ସହ ସେମାନଙ୍କର ଦୈନନ୍ଦିନ ଜୀବନଶୈଳୀକୁ ସେମାନେ ମଧ୍ୟ ସନ୍ତୁଳିତ ରଖିଥିଲେ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମସ୍ତିଷ୍କର ଚିନ୍ତାଧାରା ସକାରାତ୍ମକ ରହିବା ସହ ସ୍ମରଣ ଶକ୍ତି ପୂର୍ବାପେକ୍ଷା ବୃଦ୍ଧି ପାଇଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ…

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri