ବ୍ୟବହାର କରନ୍ତୁ ଏଭଳି ସାନିଟାଇଜର

କରୋନା ଭାଇରସ ସାରା ବିଶ୍ୱରେ ବ୍ୟାପିଯିବା ପରେ ଏବେ ସାନିଟାଇଜର ଆମ ନିତିଦିନ ଜୀବନର ଏକ ମୁଖ୍ୟ ଉପାଦାନ ପାଲଟି ଯାଇଛି । ଛୋଟଠାରୁ ବଡ ପ୍ରାୟ ସମସ୍ତେ ଏବେ ସାନିଟାଇଜର ବ୍ୟବହାର କରୁଥିବା ଦେଖାଯାଇଛି । କାରଣ ବିଶେଷଜ୍ଞଙ୍କ କହିବା କଥା ହେଲା ବାରମ୍ବାର ହାତ ଧୋଇବା ବା ସାନିଟାଇଜର ବ୍ୟବହାର କରିବା, ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଦ୍ୱାରା କରୋନାକୁ ଆମେ ସହଜରେ ହରାଇ ପାରିବା । ତେବେ ଏହାର ସୁଯୋଗ ନେଇ ଏବେ କିଛି କମ୍ପାନୀ ବଜାରକୁ ନକଲି ସାନିଟାଇଜର ପଠାଉଥିବା ବି ଦେଖା ଗଲାଣି । ତେବେ କିଏ କହୁଛି ଆମ ସାନିଟାଇଜର ୯୯ ପ୍ରତିଶତ ଜୀବାଣୁ ମାରିପାରିବ ତ ଆଉ କିଏ କହୁଛି ଆମର ଆଲୋକହଲ ବେସ୍‌ଡ ସାନିଟାଇଜର । ପୁଣି କିଏ କହୁଛି ଏହା ଭଲ ବାସ୍ନା ଯୁକ୍ତ ସାନିଟାଇଚଜ । ତେବେ ଜଣେ ସାଧାରଣ ଲୋକ ସାନିଟାଇଜର କିଣିବା ବେଳେ କେତେ ଗୁଡିଏ ଦିଗ ପ୍ରତି ଧ୍ୟାନ ଦେବା ଉଚିତ । ଚର୍ମରୋଗ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଯେଉଁମାନଙ୍କର ଆଲର୍ଜି ଅଛି ସେମାନେ ବାସ୍ନାଯୁକ୍ତ ସାନିଟାଇଜର ବ୍ୟବହାର ନ କରିବା ଭଲ । ଆଉ ଯେଉଁଥିରେ ଇଥାଇଲ ଆଲୋକହଲର ମାତ୍ରା ୭୦ ପ୍ରତିଶତରୁ ଅଧିକ ରହିଛି ସେପରି ସାନିଟାଇଜର ଭଲ । ବେଳେ ବେଳେ ଆଲକୋହଲ ହାତକୁ ଡ୍ରାଏ ବା ଶୁଖିଲା କରିଦେଇଥାଏ । ତେଣୁ ସେସବୁ କ୍ଷେତ୍ରରେ ଗ୍ଲିସରିନ ଯୁକ୍ତ ସାନିଟାଇଜର ଭଲ । ଏବେ ନିଜ ପାଇଁ ସାନିଟାଇଜର କିଣିବା ବେଳେ ଏସବୁ ଦିଗ ପ୍ରତି ଧ୍ୟାନ ଦେଲେ ଭଲ ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?