Posted inଜାତୀୟ

କେମିତି ବଞ୍ଚିବେ ପ୍ରବାସୀ: ହାତରେ ଟଙ୍କା କି କାମ ନାହିଁ

ନୂଆଦିଲ୍ଲୀ,୧୪ା୫: କୋଭିଡ୍‌-୧୯ର ଦ୍ୱିତୀୟ ଲହର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟରେ ସରକାରମାନେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ପ୍ରବାସୀ ଶ୍ରମିକମାନଙ୍କ ହାତରେ ଟଙ୍କା ନାହିଁ କି କାମ ମଧ୍ୟ ନାହିଁ। ଏଭଳି ସ୍ଥିତିରେ ସେମାନେ କେମିତି ବଞ୍ଚତ୍ବେ ବୋଲି ଗୁରୁବାର ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ଏହାସହ ପ୍ରବାସୀଙ୍କ ନିଷ୍ଠୁର ବାସ୍ତବତାକୁ ହୃଦୟଙ୍ଗମ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ନିଜ ଘରକୁ ଫେରିଯିବା ପାଇଁ ଚାହୁଁଥିବା ପ୍ରବାସୀମାନଙ୍କ ଯିବା ସୁବିଧା କରିବା ଲାଗି ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେବେ ବୋଲି କହିଛନ୍ତି। ପ୍ରବାସୀ ସଙ୍କଟର ପରିଚାଳନାରେ ବିଳମ୍ବକୁ ନେଇ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା ଦୂର କରିବା ଲାଗି କ’ଣ ପଦକ୍ଷେପ ନେଇଛ, ୧୦ ଦିନ ମଧ୍ୟରେ ଜବାବ ଦାଖଲ କରିବା ପାଇଁ ଅଦାଲତ ଓଡ଼ିଶା, ଦିଲ୍ଲୀ ସମେତ ୭ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସେମାନଙ୍କୁ ଜବାବ ଦାଖଲ ପାଇଁ ଶେଷ ସୁଯୋଗ ବୋଲି ଖଣ୍ଡପୀଠ କହିଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକ ହେଲେ ଉତ୍ତରପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, ବିହାର ଓ ହରିୟାଣା।
ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌) ରାଜ୍ୟଗୁଡ଼ିକୁ ଗୋଷ୍ଠୀ ରୋଷେଇ ବ୍ୟବସ୍ଥା ସହ ଘରକୁ ଫେରିବାକୁ ଆଗ୍ରହୀ ପ୍ରବାସୀ ଶ୍ରମିକମାନଙ୍କ ଯାତାୟାତ ସୁବିଧା କରିବାକୁ ନିର୍ଦ୍ଦେଶ ଦିଆଯିବ। ବିନା କାମ ଓ ଟଙ୍କାରେ ପ୍ରବାସୀମାନେ କେମିତି ବଞ୍ଚତ୍ବେ ବୋଲି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ବର୍ତ୍ତମାନ ସ୍ଥିତିରେ ସେମାନଙ୍କୁ କିଛି ସହାୟତା ଦିଆଯିବା ଜରୁରୀ ହୋଇପଡ଼ିଛି। ସରକାର ଏହି ନିଷ୍ଠୁର ବାସ୍ତବତାକୁ ବୁଝନ୍ତୁ ବୋଲି କେନ୍ଦ୍ର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ଖଣ୍ଡପୀଠ କହିଛନ୍ତି।
ମହମାରୀର ଦ୍ୱିତୀୟ ଲହର ସମୟରେ କଳକାରଖାନା ବନ୍ଦ ହୋଇଯିବା ପରେ କେତେଜଣ ପ୍ରବାସୀ ଶ୍ରମିକ ଜୀବିକା ହରାଇଛନ୍ତି ଏବଂ ସେମାନଙ୍କୁ ସହାୟତା ପ୍ରଦାନ ପାଇଁ କି ପଦକ୍ଷେପ ନିଆଯାଇଛି ସେନେଇ ଉତ୍ତରପ୍ରଦେଶ, ହରିୟାଣା ଓ ଦିଲ୍ଲୀ ସରକାରଙ୍କୁ ଖଣ୍ଡପୀଠ ବିସ୍ତୃତ ରିପୋର୍ଟ ମାଗିଛନ୍ତି। ଯେଉଁ ପ୍ରବାସୀ ଶ୍ରମିକମାନେ ଘରକୁ ଫେରୁଛନ୍ତି ସେମାନଙ୍କଠାରୁ ଘରୋଇ ବସ୍‌ ଅପରେଟମାନେ ଅତ୍ୟଧିକ ଭଡ଼ା ମାଗନ୍ତୁ ନାହିଁ। ସେମାନଙ୍କୁ ଘରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ଟ୍ରେନ୍‌ ଚଳାଇବା ନେଇ ବିଚାର କରନ୍ତୁ।
ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ନିରାପତ୍ତା, ଅର୍ଥ ହସ୍ତାନ୍ତର, ପରିବହନ ସୁବିଧା ଓ ଅନ୍ୟ କଲ୍ୟାଣକାରୀ ଯୋଜନାର ଲାଭ ପ୍ରଦାନ ସୁନିଶ୍ଚିତ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେବା ଲାଗି ୩ ଜଣ ଅଧିକାର କର୍ମୀ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରିଥିଲେ। ସେମାନଙ୍କ ଆବେଦନର ଶୁଣାଣି କରି ଖଣ୍ଡପୀଠ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri