ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି ଅମ୍ଳ ହୋଇଗଲାଣି। ଏହାଦ୍ବାରା ଫସଲ ଉତ୍ପାଦନ ପ୍ରଭାବିତ ହେଉଛି। ଜମିର ଉର୍ବରତା ବଢ଼ାଇବାକୁ ପଡିବ। ଏଥିପାଇଁ ମାଟି ପରୀକ୍ଷା ନିୟମିତ କରିବାକୁ ପଡିବ। ମାଟିର ଅମ୍ଳ ପରିମାଣକୁ ଧରି ସାର ସୁପରିଚାଳନା କରିବାକୁ ପଡିବ। ଏଥିପାଇଁ ବୈଜ୍ଞାନିକ ମାନଙ୍କ ପରାମର୍ଶ ନେବାକୁ ପଡିବ। ଅମ୍ଳ ମାଟିରେ ଚୂନ ପକାଇ ତାକୁ ବିଶୋଧନ କରିବାକୁ ପଡିବ। ସବୁଜ ଫସଲ ଯଥା ଧନିଚା, ଛଣ ଚାଷ କରିବାକୁ ପଡିବ। ଏଥିସହ ଜୈବିକ ଚାଷ ପ୍ରତି ବିଶେଷ ଗୁରୁତ୍ୱ ଦେବାକୁ ପଡ଼ିବ। ତାହାହେଲେ ଯାଇ ଜମିର ଉର୍ବରତା ବଢିବା ସହ ଫସଲ ଉତ୍ପାଦନ ମଧ୍ୟ ବୃଦ୍ଧି ପାଇବ। ତେଣୁ ଏଥିପ୍ରତି ଚାଷୀମାନେ ଦୃଷ୍ଟି ଦେବାକୁ ଅତିଥିମାନେ ଉପସ୍ଥିତ ଚାଷୀଙ୍କୁ ଆହ୍ବାନ କରିଥିଲେ। ବୈଠକରେ କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ଡ. ସୁତନୁ କୁମାର ଶତପଥୀ ଅଧ୍ୟକ୍ଷତା କରିଥିଲେ। ଓଡ଼ିଶା କୃଷି ଓ ବୈଷୟିକ ବିଶବିଦ୍ୟାଳୟର ଯୁଗ୍ମ ନିର୍ଦ୍ଧେଶକ ଡ. ରବି ରତନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜମିର ସୁପରିଚାଳନା କିଭଳି ହେବ ସେନେଇ କହିଥିଲେ। ବୈଜ୍ଞାନିକ ଡ ସିଦ୍ଧାର୍ଥ ରଣବିଜୁଳି, ଗୃହ ବିଜ୍ଞାନ ବୈଜ୍ଞାନିକ ଅନିତା ପାତ୍ର, ଜଳବାୟୁ ବୈଜ୍ଞାନିକ ସ୍ବାତି ସ୍ବୟଂପ୍ରଭା ପ୍ରଧାନ,ଏ ଏଚ୍‌ ଓ ମାନସ ରଣା, ବ୍ଲକ କୃଷି ଅଧିକାରୀ ସଂଗ୍ରାମ ସେନାପତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି,…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri