କେମିତି ଖୋଲିବ ରତ୍ନଭଣ୍ଡାର, କେଉଁମାନଙ୍କୁ ମିଳିବ…

ଭୁବନେଶ୍ୱର,୧୩।୭: ରବିବାର ଖୋଲିପାରେ ରତ୍ନଭଣ୍ଡାର । ଏ ନେଇ ସରକାର ଆଜି ଏସ୍‌ଓପି ଜାରି କରିପାରନ୍ତି । ଏସ୍‌ଓପି ଜାରି ହେବା ପରେ କେମିତି ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଭିତରକୁ ପ୍ରବେଶ ପାଇଁ କେଉଁମାନଙ୍କୁ ଅନୁମତି ମିଳିବ ତାହା ସ୍ପଷ୍ଟ ହେବ । ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ସମୟ ଧାର୍ଯ୍ୟ କରାଯାଇଥିଲା । ବର୍ତ୍ତମାନ କେବଳ ସରକାରଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି ବୋଲି ଯାଂଚ କମିଟି ଅଧ୍ୟକ୍ଷ କହିଥିଲେ । କମିଟି ସୂଚନା ମୁତାବକ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ପ୍ରଥମେ ଏକ ବୈଠକ ଅନୁଷ୍ଠିତ ହେବ । ପରେ କମିଟି ସଦସ୍ୟମାନେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବେ । ହେଲେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବା ପୂର୍ବରୁ ଲୋକନାଥଙ୍କ ପୂଜାର୍ଚ୍ଚନା କରାଯିବ । ଏନେଇ ସମସ୍ତ କମିଟି ସଦସ୍ୟ ସାତ୍ୱିକ ଭୋଜନ କରୁଛନ୍ତି । ସେମାନେ ସେବାୟତଙ୍କ ଡ୍ରେସରେ ଭିତରକୁ ଯିବେ । ଏହି ସମୟରେ କମିଟି ସମସ୍ତ ଟିମର ସହଯୋଗ ନେବ । ଏହାସହ ରୋଚକ କଥା ହେଉଛି ରତ୍ନଭଣ୍ଡାର ଭିତରେ ସାପ ଥିବା କଥା କୁହାଯାଉଥିବା ବେଳେ ଏଥିରୁ ରକ୍ଷା ପାଇବା ପାଇଁ ସ୍ନେକ ହେଲପଲାଇନ ମଧ୍ୟ ସାଥିରେ ଯିବେ । ସେହିଭଳି ରତ୍ନଭଣ୍ଡାରରେ ପ୍ରବେଶ ପୂର୍ବରୁ ସେଠାରେ ଆଲୋକିକରଣର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri