ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଆଇନଜୀବୀ ହର ପ୍ରସାଦ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଇନ ସେବା କମିଟି ଅଧ୍ୟକ୍ଷା ତଥା ସିଭିଲ ଜଜ ସିନିୟର୍‌ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ମହାଶତୋ ପରିଜା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ସେହିଭଳି ଚିକିଟି ଏସଡିପିଓ ବିଶ୍ୱାମିତ୍ର ହରପାଲ, ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ, ସରକାରୀ ଓକିଲ ହେମନ୍ତ କୁମାର ପାଣିଗ୍ରାହୀ,ପରେଶ ଚନ୍ଦ୍ର ରଥ, ମିଶନ ଶକ୍ତି ବ୍ଲକ ସଂଯୋଜକ ଦୁର୍ଯ୍ୟୋଧନ ମଲ୍ଲିକ, ଆଇନଜୀବି କୁରେଶୁ ପଣ୍ଡା, ପ୍ରଦୀପ କୁମାର ନାୟକ , ବିଚାର ବିଭାଗୀୟ କର୍ମଚାରୀ ପ୍ରଦୀପ କୁମାର ଶତପଥୀ, ଅଶ୍ୱିନୀ କୁମାର ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ଯୌତୁକ ନିରୋଧ ଆଇନ, ଘରୋଇ ହିଂସାରୁ ମହିଳାଙ୍କୁ ସୁରକ୍ଷା ଆଇନ ଉପରେ ଆଲୋକପାତ କରାଯିବା ସହ ମାଗଣା ଆଇନ ସହାୟତା ବ୍ୟବସ୍ଥା ଉପରେ ମଧ୍ୟ ଉପସ୍ଥିତ ଅଙ୍ଗନୱାଡ଼ି କର୍ମୀ ଓ ମହିଳାମାନଙ୍କୁ ସଚେତନ କରାଯାଇଥିଲ। ବିଚାର ବିଭାଗୀୟ କର୍ମଚାରୀ ସଂଗ୍ରାମ କେଶରୀ ପଣ୍ଡା, ପ୍ରଦୀପ କୁମାର ପୁରୋହିତ, ରୁଦ୍ର ପ୍ରସାଦ ତାଣ୍ଡିଆ, ଆକାଶ କୁମାର ପାଢ଼ୀ, ନିରଞ୍ଜନ ଶବର, କାଳିଆ ନାୟକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?