ସାଇବର ଅପରାଧରୁ କିପରି ଦୂରେଇ ରହିବେ

କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍‌ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍‌ ଏଜୁକେଶନ)ପକ୍ଷରୁ ଦୁଇ ଦିନିଆ ‘ସୁରକ୍ଷିତ ଇଣ୍ଟରନେଟ ଦିବସ’ ଗୁରୁବାର ଓ ଶୁକ୍ରବାର ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜବାହର ଉଚ୍ଚ ବିଦ୍ୟାପୀଠରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଓ ଅଭିଭାବକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ କେନ୍ଦ୍ର ସମନ୍ବୟକାରୀ ଲିଖିତ କୁମାର ସାହୁ ଏବଂ ଲର୍ଣିଂ ଫାସିଲିଟେଟର ତଥା ପ୍ରଧାନ ଶିକ୍ଷକ ଅଭୟ କୁମାର ଦେବତା ସଫଳତାର ସହ ପରିଚାଳନା କରିଥିଲେ। ଇଣ୍ଟରନେଟ ବ୍ୟବହାର ସମୟରେ କିପରି ସତର୍କ ରହିବାକୁ ହେବ ଏବଂ ସାଇବର ଅପରାଧରୁ କିପରି ଦୂରେଇ ରହିବାକୁ ହେବ, ସେ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଅବସରରେ ଶତାଧିକ ଅଂଶଗ୍ରହଣକାରୀ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକ ଉପସ୍ଥିତ ରହି ଇଣ୍ଟରନେଟ ସୁରକ୍ଷା ସମ୍ବନ୍ଧୀୟ ଶପଥ ପାଠ କରିଥିଲେ। ସୋସିଆଲ ମିଡିଆର ସଠିକ ବ୍ୟବହାର, ପାସୱାର୍ଡର ସୁରକ୍ଷା ଏବଂ ଅଜଣା ଲିଙ୍କରୁ ଦୂରେଇ ରହିବା ପାଇଁ ସଚେତନତ କରାଯାଇଥିଲା। ବିଶେଷକରି ଛାତ୍ରଛାତ୍ରୀମାନେ ଅନଲାଇନ ଶିକ୍ଷା ସମୟରେ କିପରି ନିଜର ବ୍ୟକ୍ତିଗତ ତଥ୍ୟକୁ ସୁରକ୍ଷିତ ରଖିବେ, ସେ ସମ୍ପର୍କରେ ଗୁରୁତ୍ୱାରୋପ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri