କେମିତି ରହିବେ ନୀରୋଗ: ଆପଣାନ୍ତୁ ଏହି ଟିପ୍ସ

ଆମର ଏଭଳି କେତେକ ଅଭ୍ୟାସ ରହିଛି ଯାହା ପ୍ରତି ଆମେ ନଜର ନେବା ନିହାତି ଦରକାର। କାରଣ ନିଜକୁ ସୁସ୍ଥ ରଖିବା ଲାଗି କେତେକ ଅଭ୍ୟାସକୁ ବଦଳାଇବାକୁ ଚେଷ୍ଟା କରନ୍ତୁ। ଖାଇବାର ଠିକ୍‌ ପରେ ପରେ ଫଳମୂଳ ଆଦୌ ଖାଆନ୍ତୁ ନାହିଁ। ଚା’, କଫି, କୋଲଡ଼୍ରିଙ୍କ ଏବଂ ନିଶାଦ୍ରବ୍ୟ ଠାରୁ ମଧ୍ୟ ଯଥା ସମ୍ଭବ ଦୂରେଇ ରୁହନ୍ତୁ। ଏହା ଶରୀର ଉପରେ କୁପ୍ରଭାବ ପକାଇବା ସହ ପେଟରେ ଏସଡିଟିର ମାତ୍ରା ବଢ଼ାଇ ଦେଇଥାଏ। ଖାଇବା ସମୟରେ କେତେକେ ପାଣି ପିଇଥାଆନ୍ତି। ଏହା ଏକ ଖରାପ ଅଭ୍ୟାସ। କାରଣ ଏହାର ପ୍ରଭାବ ସ୍ବାସ୍ଥ୍ୟ ଉପରେ ପଡିଥାଏ। ଏହାଦ୍ୱାରା ଓଜନ ବଢ଼ିବା ପରି ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ତେଣୁ ଖାଇବା ପୂର୍ବରୁ ଏବଂ ସମୟରେ ପାଣି ନ ପିଇବା ଭଲ। ଖାଇବାର ଅଧଘଣ୍ଟାଏ ପରେ କିମ୍ବା ପୂର୍ବରୁ ପାଣି ପିଅନ୍ତୁ, ଯାହାକି ଖାଦ୍ୟ ହଜମରେ ସାହାଯ୍ୟ କରିବ। ଖାଇବାର ଠିକ୍‌ ପରେ ପରେ ଶୁଅନ୍ତୁ ନାହିଁ। ଏହାର ପ୍ରଭାବ ରକ୍ତ ସଞ୍ଚାଳନ ଉପରେ ପଡିଥାଏ। ଖାଦ୍ୟ ଖାଇବା ପରେ କିଛି ସମୟ ଚାଲବୁଲ କରନ୍ତୁ। ଏହାଦ୍ୱାରା ଖାଦ୍ୟ ଠିକ୍‌ ଭାବରେ ହଜମ ହୋଇଥାଏ। ଖାଇବାର ଠିକ୍‌ ପରେ ପରେ ଆଦୌ ଗାଧାନ୍ତୁ ନାହିଁ। କାରଣ, ଖାଇବା ପରେ ଗାଧୋଇଲେ ତାହାର ପ୍ରଭାବ ରକ୍ତ ସଞ୍ଚାଳନ ଉପରେ ପଡିବାର ଆଶଙ୍କା ରହିଛି। ଏହାଦ୍ୱାରା ରକ୍ତ ସଞ୍ଚାଳନ ତ୍ରୀବ ହୋଇଥାଏ ଯାହା ଶରୀର ପାଇଁ କ୍ଷତି ପହଞ୍ଚାଏ। ଏସବୁ ବ୍ୟତୀତ ସବୁବେଳେ ଠିକ୍‌ ସମୟରେ ଖାଆନ୍ତୁ । କୌଣସି ରୋଗର କାରଣ ବିଷୟରେ ଜାଣିପାରିଲେ ତୁରନ୍ତ ଅଭିଜ୍ଞ ଡାକ୍ତରଙ୍କ ନିକଟରେ ଚିକିତ୍ସା କରାଇ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri