ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ
ନେଇ କେତୋଟି ଟିପ୍ସ…
ଖରା ଏବଂ ପ୍ରଦୂଷଣ ଏହି ଦୁଇଟି ତ୍ୱଚା ଲାଗି ସବୁଠାରୁ ବଡ଼ ଶତ୍ରୁ। କିନ୍ତୁ ଅଫିସ୍‌ ଯିବାର ଥିଲେ କିମ୍ବା କୌଣସି କାମରେ ବାହାରକୁ ଯାଉଥିଲେ,ନିଜ ତ୍ୱଚାକୁ ଯେତେ ସମ୍ଭବ ସୁରକ୍ଷିତ ରଖିବା ଦରକାର। ନିଜ ସ୍କିନ୍‌ କେୟାର ରୁଟିନ୍‌ରେ କିଛି ଘରୋଇ ଉପଚାର ସାହାଯ୍ୟରେ ଆପଣ ନିଜ ତ୍ୱଚାକୁ ସୁରକ୍ଷିତ ରଖିପାରିବେ।
ମଶ୍ଚରାଇଜର : ସକାଳୁ ଘରୁ ବାହାରକୁ ଯିବା ପୂର୍ବରୁ ମଶ୍ଚରାଇଜର ଏବଂ ସନ୍‌ସ୍କ୍ରିନ୍‌ ଲୋଶନ ଲଗାଇବାକୁ ଭୁଲନ୍ତୁ ନାହିଁ। ଯଦି ରାତିରେ ଶୋଇବା ପୂର୍ବରୁ ସ୍କିନ୍‌ କେୟାର କରୁଛନ୍ତି ଯେମିତିକି କିଛି ପୋଷକ ତତ୍ତ୍ୱ ଦେଉଛନ୍ତି ତେବେ ଏହାଦ୍ୱାରା ସ୍କିନ୍‌ର ଚମକ ପ୍ରଭାବିତ ହେବନାହିଁ।
କାକୁଡ଼ି: ରାତିରେ ମୁହଁ ସଫାକଲା ପରେ କାକୁଡ଼ିରସ ମୁହଁରେ ଲଗାଇପାରିବେ। କାକୁଡ଼ିରେ ୯୨ ପ୍ରତିଶତ ଜଳ ରହିଛି, ଯାହା ଆପଣଙ୍କ ତ୍ୱଚାକୁ ହାଇଡ୍ରେଟ୍‌ କରିଥାଏ। ଏହା ଗରମଜନିତ ସମସ୍ୟାକୁ ଠିକ୍‌ କରିପାରେ। ଆପଣ ପ୍ରତିଦିନ ରାତିରେ ମୁହଁକୁ ଭଲଭାବେ ଧୋଇ ତାକୁ ଶୁଖାଇ ଦିଅନ୍ତୁ। ଏହାପରେ କାକୁଡ଼ିରସକୁ ମୁହଁରେ ହାଲ୍‌କା ଲଗାଇ ରାତି ସାରା ଛାଡ଼ି ଦିଅନ୍ତୁ। ଏହାଦ୍ୱାରା ମୁଖବ୍ରଣଜନିତ ସମସ୍ୟାରୁ ମୁକ୍ତି ମିଳିବା ସହ ମୁହଁ ଅଧିକ ଚମକ ଦେଖାଯାଇଥାଏ।
ଦହି: ଦହି କେଶ ଏବଂ ଶରୀର ଲାଗି ବେଶ୍‌ ଉପଯୋଗୀ । ଏଥିରେ କ୍ୟାଲ୍‌ସିୟମ, ପ୍ରୋଟିନ୍‌ ସହ ଭିଟାମିନ୍‌ ‘ଡି’ ରହିଛି। ଏହା ତ୍ୱଚାକୁ ଚମକଦାର ରଖିବାରେ ସାହାଯ୍ୟ କରିଥାଏ। ଯଦି ପ୍ରତିଦିନ ତ୍ୱଚାରେ ଦହି ଲଗାଯାଏ ତେବେ ମୁଖବ୍ରଣ ସମସ୍ୟା ଦୂର ହେବା ସହ ଆଖି ତଳେ ଥିବା କଳାଦାଗ ଦୂରହୋଇଥାଏ। ଦହିର ଫେସ୍‌ ପ୍ୟାକ୍‌ ପ୍ରସ୍ତୁତ କରିବାକୁ ହେଲେ ପ୍ରତିଦିନ ଅଳ୍ପ ମାତ୍ରାରେ ଦହି ଏକ ପାତ୍ରରେ ନିଅନ୍ତୁ। ସେଥିରେ ୫ମିନିଟ୍‌ ପର୍ଯ୍ୟନ୍ତ ମସାଜ୍‌ କରନ୍ତୁ। ଏହାକୁ ରାତିରେ ଧୁଅନ୍ତୁ ନାହିଁ। ସକାଳୁ ମୁହଁକୁ ଭଲଭାବେ ଥଣ୍ଡାପାଣିରେ ଧୋଇଦିଅନ୍ତୁ। ଏପରି କରିବା ଦ୍ୱାରା ନିଜ ତ୍ୱଚାର ଫରକ ଜାଣିପାରିବେ।
ଆଲୋଭେରା : ଯଦି ଆପଣଙ୍କ ତ୍ୱଚା ଝାଉଁଳିଯାଉଛି କିମ୍ବା ସନ୍‌ବର୍ନ ହେଉଛି ତେବେ ଆଲୋଭେରା ଜେଲ୍‌ ତୁରନ୍ତ ଆପଣଙ୍କୁ ଆରାମ ଦେବ।

 


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?