Posted inଫୁରସତ

୧୯୮୩ ବିଶ୍ୱକପ୍‌ ଫାଇନାଲ ପରାଜୟର ପ୍ରତିଶୋଧ କିଭଳି ନେଇଥିଲା ଓ୍ବେଷ୍ଟଇଣ୍ଡିଜ

୧୯୮୩ ଆଇସିସି ବିଶ୍ୱକପ୍‌ରେ ଇତିହାସ ରଚିଥିଲା ଭାରତ। ଶକ୍ତିଶାଳୀ ଓ୍ବେଷ୍ଟଇଣ୍ଡିଜକୁ ସହଜରେ ହରାଇ କପିଳ ଦେବଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଅବିଶ୍ୱସନୀୟ ଭାବେ ହାତେଇଥିଲା ବିଶ୍ୱକପ୍‌। ଏହି ପରାଜୟ କ୍ଲାଇଭ ଲଏଡ୍‌ଙ୍କ ଓ୍ବେଷ୍ଟଇଣ୍ଡିଜ ଦଳକୁ ଖୁବ୍‌ ବାଧି ଥିଲା। ପ୍ରତିଶୋଧ ନେବା ପାଇଁ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ ଭାରତରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳିବାକୁ ଦେଇଥିଲା ପ୍ରସ୍ତାବ। ଭାରତରେ କ୍ରିକେଟର ପ୍ରଚାର ପାଇଁ ଏହି ସିରିିଜ୍‌ ଆୟୋଜନ କରିବାକୁ ରାଜି ହୋଇଯାଇଥିଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।

କିମ୍ବଦନ୍ତୀ ପେସର ମାଇକେଲ ହୋଲ୍ଡିଂ, ମାଲକମ ମାର୍ଶାଲ ଓ ସାର ଆଣ୍ଡି ରବଟର୍‌ସଙ୍କ ଘାତକ ବୋଲିଂ ବଳରେ ଦିନିକିଆ ସିରିଜ୍‌କୁ ମୂଳପୋଛ (୫-୦) କରି ନେଇଥିଲା ଓ୍ବେଷ୍ଟଇଣ୍ଡିଜ। କେବଳ ଏତିକି ନୁହେଁ ପ୍ରତ୍ୟେକ ମ୍ୟାଚ୍‌କୁ ଅତିକମ୍‌ରେ ୫୦ ରନ୍‌ କିମ୍ବା ୫ରୁ ୬ ଉଇକେଟରେ ଜିତି ପ୍ରତିଶୋଧ ନେଇଥିଲା କ୍ଲାଇଭ ଲଏଡ୍‌ଙ୍କ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?