Posted inଜାତୀୟ

ଅଧ୍ୟକ୍ଷ ହେବାର ୨୫୦ ଦିନ ପରେ ବି ଗଠନ ହୋଇପାରିଲାନି ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୬।୬: ଆଉ ମାତ୍ର ୪ ମାସ ପରେ ରାଜସ୍ଥାନ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ରେ ବିଧାନସଭା ନିର୍ବାଚନ ହେବ। ଏହି ୩ ରାଜ୍ୟର ବିଧାନସଭା ନିର୍ବାଚନ ପରେ ତୁରନ୍ତ ସାରା ଦେଶରେ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯିବ। ହେଲେ ମଲ୍ଲିକାର୍ଜୁନ ଖାର୍ଗେ କଂଗ୍ରେସର ଅଧ୍ୟକ୍ଷ ହେବା ପରେ ବି କଂଗ୍ରେସ ଓ୍ବାର୍କିଂ କମିଟି ଗଠନ ହୋଇ ପାରିଲା ନାହିଁ। ଏବେ ପ୍ରଶ୍ନ ଉଠୁଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ୨୦୨୪ ଲୋକ ସଭା ନିର୍ବାଚନରେ ଖାର୍ଗେ କେମିତି ମୁକାବିଲା କରିବେ। ଖାର୍ଗେ ଅଧ୍ୟକ୍ଷ ହେବା ପ୍ରାୟ ୨୫୦ ଦିନ ହୋଇଗଲାଣି। ହେଲେ ଏବେ ପର୍ଯ୍ୟନ୍ତ ସେ ତାଙ୍କ ଟିମ ଗଠନ କରିପାରିଲେ ନାହିଁ। ଏପଟେ ରାଜସ୍ଥାନ, ହରିୟାଣା, ଉତ୍ତରାଖଣ୍ଡ ସମେତ କିଛି ରାଜ୍ୟରେ ଦଳୀୟ କନ୍ଦଳ ବଢିବାରେ ଲାଗିଛି। ଏହାକୁ ସମାଧାନ କରିବା ଏବେ ଖାର୍ଗେଙ୍କ ପାଇଁ ବଡ ଚ୍ୟାଲେଞ୍ଜ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri