Posted inରାଜ୍ୟ

କେମିତି ହେବ ଭୋଟଗଣତି

ଲୋକ ସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ଆରମ୍ଭ ହେଉଥିବାବେଳେ ଗଣନା ପ୍ରକ୍ରିୟା ସମ୍ପର୍କରେ ନିର୍ବାଚନ କମିଶନ ସକ୍ଷିପ୍ତ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ନିୟମ ୫୪ଏ ଅନୁଯାୟୀ ପ୍ରଥମେ ପୋଷ୍ଟାଲ ବାଲଟ୍‌ ପେପରଗୁଡ଼ିକର ଗଣନା ରିଟର୍ନିଂ ଅଫିସର(ଆର୍‌ଓ)ଙ୍କ ଟେବୁଲରେ ଆରମ୍ଭ ହେବ। ଭୋଟଗଣତି ଆରମ୍ଭ ପୂର୍ବରୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ଆର୍‌ଓ ଗ୍ରହଣ କରିଥିବା ବାଲଟ ପେପରଗୁଡ଼ିକୁ କେବଳ ଗଣନା ପାଇଁ ନିଆଯିବ। ପୋଷ୍ଟାଲ ବାଲଟ ଗଣନା ଆରମ୍ଭର ୩୦ ମିନିଟ ପରେ ଇଭିଏମ୍‌ ଭୋଟ ଗଣନା ଆରମ୍ଭ ହେବ। ଯେଉଁ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟ ନ ଥିବ ସେଠାରେ ଧାର୍ଯ୍ୟ ସମୟ ଅନୁଯାୟୀ ଇଭିଏମ୍‌ ଭୋଟଗୁଡ଼ିକର ଗଣନା ଆରମ୍ଭ ହେବ।

ଭୋଟ ଗଣନା ପାଇଁ ଫର୍ମ-୧୭ସି ସହ କେବଳ ଇଭିଏମ୍‌ର କଣ୍ଟ୍ରୋଲ ୟୁନିଟ୍‌(ସିୟୁ)ଗୁଡ଼ିକୁ ବ୍ୟବହାର କରାଯିବ। ଫଳାଫଳ ପୂର୍ବରୁ ଗଣନାକାରୀ ଅଧିକାରୀ ସିୟୁର ପେପର ସିଲ୍‌ ଅକ୍ଷୁଣ୍ଣ ଥିବା ଏବଂ ଫର୍ମ-୧୭ସିରେ ଥିବା ସଂଖ୍ୟା ସହ ମୋଟ ଭୋଟକୁ ମେଳ କରାଇ ନିଶ୍ଚିତ ହେବେ। କଣ୍ଟ୍ରୋଲ ୟୁନିଟ୍‌ର ଫଳାଫଳକୁ କାଉଣ୍ଟିଂ ସୁପରଭାଇଜର, ମାଇକ୍ରୋ ଅବ୍‌ଜରଭର ଏବଂ ପ୍ରାର୍ଥୀଙ୍କ କାଉଣ୍ଟିଂ ଏଜେଣ୍ଟମାନଙ୍କୁ ଦେଖାଇବା ପରେ ଫର୍ମ-୧୭ସି’ର ଦ୍ୱିତୀୟ ଭାଗରେ ଉଲ୍ଲେଖ କରାଯିବ। କୌଣସି ସିୟୁର ଡିସ୍‌ପ୍ଲେ ପ୍ୟାନେଲ୍‌ରେ ଫଳାଫଳ ଦେଖାଉ ନଥିଲେ ସମ୍ପୃକ୍ତ ଭିଭିପିଏଟିର ସ୍ଲିପ୍‌ଗୁଡ଼ିକୁ ଗଣନା କରାଯିବ।

କାଉଣ୍ଟିଂ ସୁପରଭାଇଜର ଏବଂ ଏଜେଣ୍ଟ ପ୍ରତି ସିୟୁର ପ୍ରାର୍ଥୀଓ୍ବାରି ଫଳାଫଳ ଫର୍ମ-୧୭ସି’ର ଦ୍ୱିତୀୟ ଭାଗରେ ଉଲ୍ଲେଖ କରିବେ। ଗଣତି ଶେଷରେ ଭିଭିପିଏଟି ସ୍ଲିପ୍‌ଗୁଡ଼ିକର ବାଧ୍ୟତାମୂଳକ ଯାଞ୍ଚ ବ୍ୟବସ୍ଥା ଅନୁଯାୟୀ ପ୍ରତି ବିଧାନସଭା ନିର୍ବାଚନ ମଣ୍ଡଳୀର ୫ଟି ବୁଥ୍‌କୁ ଚୟନ କରାଯାଇ ଗଣନା କରାଯିବ। ଖାରଜ ପୋଷ୍ଟାଲ ବାଲଟ ସଂଖ୍ୟାଠାରୁ ବିଜୟ ବ୍ୟବଧାନ କମ୍‌ ହେଲେ ଫଳାଫଳ ଘୋଷଣା ପୂର୍ବରୁ ନାକଚ ବାଲଟଗୁଡ଼ିକର ପୁନଃ ଯାଞ୍ଚ କରାଯିବ। ଯଦି ୨ ଜଣ ପ୍ରାର୍ଥୀ ସମାନ ସଂଖ୍ୟକ ସର୍ବାଧିକ ଭୋଟ ପାଇଥିବେ, ତେବେ ଧର୍ମଗୁଳା ଜରିଆରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?