ହାୱଡା- ମୁମ୍ବାଇଏକ୍ସପ୍ରେସ ଦୁର୍ଘଟଣା: ଆଖିବୁଜିଲେ ୨ ଓଡ଼ିଆ

ରାଞ୍ଚି,୩୦।୭:ଝାଡଖଣ୍ଡର ଚକ୍ରଧରପୁରରେ ମଙ୍ଗଳବାର ଭୋରରୁ ହାୱଡା- ମୁମ୍ବାଇଏକ୍ସପ୍ରେସ ଲାଇନଚ୍ୟୁତ ହୋଇଥିଲା।  ଟ୍ରେନର ୧୮ଟି ବଗି କ୍ଷତି  ହୋଇଥିବା ବେଳେ ଦୁର୍ଘଟଣାରେ ୬ ଗୁରତର ହୋଇଥିବା ସୂଚନା ମିଳିଥିଲା।
ଅନ୍ୟପକ୍ଷେ ଏହି ଦୁର୍ଘଟଣାରେ ବର୍ତ୍ତମାନ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୨ ମୃତକ ଓଡ଼ିଶାର ସୁନ୍ଦରଗଡ଼ ଜିଲା ରାଉରକେଲା ଅଞ୍ଚଳର  ବୋଲି ଜଣାପଡ଼ିଛି। ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି।
ଜଣେ ମାଲଗୋଦାମ ଅଞ୍ଚଳର ଓ ଅନ୍ୟ ଜଣେ ରେଲୱେ କଲୋନୀର।ଏକ ମାଲବାହୀ ଗାଡ଼ିକୁ ଧକ୍କା ଦେଇ ଟ୍ରେନ ଲାଇନଚ୍ୟୁତ ହୋଇଥିଲା।
ସୂଚନାନୁସାରେ, ଏହି ଟ୍ରେନ ଦୁର୍ଘଟଣା ସକାଳ ପ୍ରାୟ ୪.୦୦ ସମୟରେ ରାଜଖରୱାନ ୱେଷ୍ଟ ଆଉଟର୍‌ ଏବଂ ବାରବାମ୍ବୁ ଷ୍ଟେଶନ ମଧ୍ୟରେ ଘଟିଥିଲା। ରେଳବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସମସ୍ତ ଆହତଙ୍କୁ ଭାରତୀୟ ରେଳବାଇର ଡାକ୍ତରୀ ଦଳ ପ୍ରାଥମିକ ଚିକିତ୍ସା କରିଥିଲେ।
ସୂଚନାନୁସାରେ, ହାଓ୍ବଡା-ମୁମ୍ବାଇ ମେଲ ଏକ୍ସପ୍ରେସର ପ୍ରାୟ ୫ଟି ବଗି ଖସିପଡି ସେଠାରେ ପାର୍କିଂ ହୋଇଥିବା ମାଲବାହୀ ଟ୍ରେନ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri