ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଗ୍ରାମ୍ୟ ରାସ୍ତା, ପୋଲ, ବିଦ୍ୟୁତୀକରଣ, ପାନୀୟଜଳ, ଆଡ଼ିବନ୍ଧ, ବ୍ୟାରେଜ ନିର୍ମାଣ, ଗ୍ରାମାଞ୍ଚଳ ଜୀବନଜୀବିକା ଉନ୍ନତୀକରଣ ଆଦି ୪,୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କର ଏକ ଉଚ୍ଚକ୍ଷମତା ସମ୍ପନ୍ନ କମିଟି (ଏଚ୍ପିସି)ରେ ଅନୁମୋଦନ କରାଯାଇଛି। ନାବାର୍ଡ ପକ୍ଷରୁ ଦିଆଯାଉଥିବା ଋଣରେ ଏହି ପ୍ରକଳ୍ପଗୁଡିକ କାର୍ଯ୍ୟକ୍ଷମ ହେବ। ପ୍ରକଳ୍ପ ପାଇଁ ସମସ୍ତ ଅର୍ଥ ନାବାର୍ଡ ରାଜ୍ୟ ସରକାରଙ୍କୁ ଋଣ ଆକାରରେ ଯୋଗାଇବ। ଶୁକ୍ରବାର ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଚ୍ପିିସି ବୈଠକରେ ଆରଆଇଡିଏଫ ପ୍ରଦତ୍ତ ଅର୍ଥରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ଏହି ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅର୍ଥ ବିଭାଗ ସଚିବ, କୃଷି ବିଭାଗ ସଚିବ, ଜଳ ସମ୍ପଦ ବିଭାଗ ସଚିବ, ପଞ୍ଚାୟତିରାଜ ବିଭାଗ ସଚିବ, ପୂର୍ତ୍ତ ସଚିବ, ନାବାର୍ଡ ଆଞ୍ଚଳିକ କାର୍ଯ୍ୟାଳୟର ଚିଫ୍ ଜେନେରାଲ ମ୍ୟାନେଜର ଯୋଗ ଦେଇଥିଲେ।
୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…
ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…
ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ
ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…
ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….
ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…
ରାତିରେ ଝିଅ ଡ୍ରେସ୍ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…
ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…
ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video
ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…
ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି
ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…
Archives

