ଏଚ୍‌ପିର ଓମେନ୍‌ ପ୍ଲେ ଗ୍ରାଉଣ୍ଡ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୨: ଦେଶର ପ୍ରମୁଖ ଆଇଟି ବ୍ରାଣ୍ଡ୍‌ ଏଚ୍‌ପିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ଡିଜାଇନ ହୋଇଥିବା ‘ଓମେନ୍‌ ପ୍ଲେ ଗ୍ରାଉଣ୍ଡ ଷ୍ଟୋର’ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ଶୁଭାରମ୍ଭ କରାଯାଇଛି। ଏପରିକି ଇ ମାର୍ଟ ଫର୍‌ ୟୁ ପ୍ରାଇଭେଟ୍‌ ଲିମିଟେଡ୍‌ ଆନୁକୂଲ୍ୟରେ ଏହାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ସ୍ଥାନୀୟ ଶହୀଦନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏଚ୍‌ପି କଞ୍ଜୁମର ବିଜ୍‌ନେସ୍‌, ବରିଷ୍ଠ ନିର୍ଦ୍ଦେଶକ ଭିନୀତ ଗେହନୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରି କହିଥିଲେ, ଆମର ଏହି ଷ୍ଟୋର ସମଗ୍ର ପୂର୍ବ ଭାରତରେ ବେଶ୍‌ ସ୍ବତନ୍ତ୍ରତା ବହନ କରୁଛି। ଏଠାରେ ସବୁବର୍ଗର ଗେମିଂ ପ୍ରେମୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ସୁବ୍ୟବସ୍ଥା କରାଯାଇଛି। ସେହିପରି ଏକ ଉତ୍ତମ ପରିବେଶ ମଧ୍ୟରେ ଗ୍ରାହକଙ୍କ ଗେମିଂ ଉତ୍କଣ୍ଠା ଚରିତାର୍ଥ କରିବାରେ ଏହା ବେଶ୍‌ ସହାୟକ ହେବ ବୋଲି ସେ ମତପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ନୀତୀଶ ସିଂଘଲ, ନ୍ୟାଶନାଲ ସେଲ୍ସ ମ୍ୟାନେଜର (ଉତ୍ତର ଓ ପୂର୍ବ) ମନୀଷ ସୁଦ୍‌, ଏଚ୍‌ପି ୱାଲର୍‌ଡ ହେଡ୍‌ ବିନାୟକ ସେନୋଏ, ଗୌରବ ଜେଟ୍‌ଲୀ, ସନ୍ତୋଷ ମଣ୍ଡଳ, ଜୟପ୍ରକାଶ ପାଣି, ରୋହନ ରଏ, ଆଦିତ୍ୟ ଶାହା,ସାଭେକ୍ସର ନିର୍ଦ୍ଦେଶକ ସୌରଭ ନାୟକ, ସିନିୟର ପ୍ରଡକ୍ଟ ମ୍ୟାନେଜର ସ୍ବପ୍ନିଲ ରାଣେଙ୍କ ସମେତ ଉଭୟ ସଂସ୍ଥାର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri