ହୃଷୀକେଶ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି

ଭୁବନେଶ୍ୱର, ୨୧ା୫ (ବ୍ୟୁରୋ):ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ ଗୁରୁବାର ନିଯୁକ୍ତି ପାଇଛନ୍ତି ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକ। ଉନ୍ନୟନ କମିଶନର ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ସୁପାରିସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିବାପରେ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଡ. ମଲ୍ଲିକଙ୍କୁ ୩ବର୍ଷ ପାଇଁ ସରକାର ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ତାଙ୍କ ନିଯୁକ୍ତିକୁ ସାହିତି୍ୟକମାନେ ସ୍ବାଗତ କରିଛନ୍ତି।
ଡ. ମଲ୍ଲିକ ଓଡ଼ିଆ କବିତାର ଜଣେ ଧାରା ପ୍ରବର୍ତ୍ତକ କବି, ଯାହାଙ୍କର ପ୍ରଥମ କବିତା ବହି ‘ଧାନ ସାଉଁଟା ଝିଅ’ ୧୯୮୮ରେ ଓଡ଼ିଆ ସାହିତ୍ୟ ଏକାଡେମୀ ଦ୍ୱାରା ପୁରସ୍କୃତ ହୋଇଥିଲା। ଏଯାବତ୍‌ ତାଙ୍କର ୧୨ଖଣ୍ଡ କବିତା ବହି, ୨ଟି ଗଳ୍ପଗ୍ରନ୍ଥ ଓ ୧୦ଖଣ୍ଡରୁ ଊର୍ଦ୍ଧ୍ୱ ସମାଲୋଚନା ପୁସ୍ତକ ସହ ମୋଟ୍‌ ପ୍ରାୟ ୪୦ରୁ ଅଧିକ ପୁସ୍ତକ ପ୍ରକାଶ ପାଇଛି। କବିତା ରଚନା ପାଇଁ ସେ ବହୁ ରାଜ୍ୟସ୍ତରୀୟ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଯହିଁରେ ସାମିଲ ‘ଧରିତ୍ରୀ କବିତା ପୁରସ୍କାର’, ‘ଭାନୁଜୀରାଓ ସ୍ମୃତି ପୁରସ୍କାର’, ‘ଶାରଳା ପୁରସ୍କାର’, ‘ଝଂକାର ବିଷୁବ ପୁରସ୍କାର’ଓ ‘ସଚ୍ଚି ରାଉତରାୟ କବିତା ପୁରସ୍କାର’। ୧୯୭୯ରୁ ୧୯୮୦ ଯାଏ ଡ. ମଲ୍ଲିକ ରବିବାସରୀୟ ଧରିତ୍ରୀ ପୃଷ୍ଠାର ସଂପାଦକ, ୨୦୧୪ରୁ ତାଙ୍କ ସଂପାଦନାରେ ଧରିତ୍ରୀ ‘ସାହିତ୍ୟାୟନ’ ସଂପାଦିତ ହୋଇ ବୃହତ୍ତର ଓଡ଼ିଆ ପାଠିକାପାଠକଙ୍କ ପ୍ରଶଂସାଭାଜନ ହୋଇପାରିଛି। ମଲ୍ଲିକଙ୍କର କବିତା ହିନ୍ଦୀ, ଇଂଲିଶ ଓ ବଙ୍ଗଳା ଭାଷାରେ ଅନୂଦିତ ହୋଇ ତାଙ୍କୁ ସର୍ବଭାରତୀୟ ଖ୍ୟାତି ଆଣି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri