ହୃଷୀକେଶ ପାଇଲେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୨।୩(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର-୨୦୨୧ ଶୁକ୍ରବାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର କମାନୀ ପ୍ରେକ୍ଷାଳୟରେ ଆୟୋଜିତ ଉତ୍ସବରେ ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର ଦେଶର ୨୪ଟି ଭାଷାର ପୁରସ୍କୃତ ଲେଖକଙ୍କୁ ପୁଷ୍ପଗୁଚ୍ଛ, ଅଙ୍ଗବସ୍ତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏଥିରେ ଓଡ଼ିଶାର ଦୁଇଜଣ ପୁରସ୍କୃତ ହୋଇଛନ୍ତି। କବି ଡ. ହୃଷୀକେଶ ମଲ୍ଲିକ ତାଙ୍କର କବିତା ପୁସ୍ତକ ‘ସରିଯାଇଥିବା ଅପେରା’ ଏବଂ ସାନ୍ତାଳୀ ଲେଖକ ନିରଞ୍ଜନ ହାଁସଦା ପୁରସ୍କୃତ ହୋଇଛନ୍ତି।
ଉତ୍ସବରେ ମୁଖ୍ୟଅତିଥି ଭାବେ ପ୍ରତିଷ୍ଠିତ ମରାଠୀ ଲେଖକ ଭାଲଚନ୍ଦ୍ର ନେମାଡ଼େ ଯୋଗଦେଇ କହିଲେ, ଭାରତୀୟ ସାହିତ୍ୟରେ ଭାରତୀୟତାର ଅନ୍ବେଷଣ ଓ ପ୍ରତିଷ୍ଠା ଲେଖକଙ୍କ ଲକ୍ଷ୍ୟ ହେବା ଉଚିତ। ଦକ୍ଷିଣ ଏସିଆର ଭାଷା ଓ ସାହିତ୍ୟ ସମଗ୍ର ପୃଥିବୀରେ ପ୍ରାଚୀନ। ଏହି ଦୃଷ୍ଟିରୁ ଭାରତୀୟ ସଂସ୍କୃତିର ପ୍ରାଚୀନତା ସର୍ବଜନ ସ୍ବୀକୃତ। ସାହିତ୍ୟ ଏକାଡେମୀ ୨୪ ଭାଷାରେ ପୁରସ୍କାର ପ୍ରଦାନ କରୁଥିଲେ ହେଁ ଆହୁରି ଅନେକ ଭାଷା ରହିଛି, ଯହିଁରେ ବଳିଷ୍ଠ ସାହିତ୍ୟ ସୃଷ୍ଟି ହେଉଛି। ପୁରସ୍କାର ପ୍ରଦାନ ପ୍ରସଙ୍ଗରେ ଏସବୁ ଭାଷାର ସାହିତ୍ୟକୁ ବିଚାରକୁ ନେବାର ଆବଶ୍ୟକତା ରହିଛି ବୋଲି ନେମାଡେ ଗୁରୁତ୍ୱାରୋପ କରିଥିଲେ। ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର କହିଲେ, ଭାରତୀୟ ଭାଷାର ବିବିଧତା ମଧ୍ୟରେ ଐତିହ୍ୟ ପ୍ରତିଷ୍ଠା ହେଉଛି ଭାରତୀୟ ସାହିତ୍ୟର ମୂଳ କଥା। ଉପସଭାପତି ମାଧବ କୌଶିକ କହିଲେ, ଏକାଡେମୀ ପୁରସ୍କାର ଅର୍ଥ ନୁହେଁ ଯେ ଏହା ଲେଖକଙ୍କୁ ପ୍ରତିଷ୍ଠା କରିଥାଏ। ସେଥିପାଇଁ ଏହାର ଗୁରୁତ୍ୱ ଲେଖକଙ୍କ ମଧ୍ୟରେ ରହିଛି। ଉତ୍ସବରେ ସଚିବ କେ. ଶ୍ରୀନିବାସ ରାଓ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ଡ. ବିଜୟାନନ୍ଦ ସିଂହ ଓ ସାନ୍ତାଳୀ ଭାଷାର ଆବାହକ ମଦନ ମୋହନ ସୋରେନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri